ଓଡ଼ିଶା ଉପକୂଳ ଅତିକ୍ରମ କଲା ‘ଡାଏ’: ସାଢ଼େ ୮ଟା ଯାଏ ୯ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 20, 2018

ଓଡ଼ିଶା ଉପକୂଳ ଅତିକ୍ରମ କଲା ‘ଡାଏ’: ସାଢ଼େ ୮ଟା ଯାଏ ୯ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

rain

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାମୁଦ୍ରିକ ଝଡ଼ ‘ଡାଏ’ ଓଡ଼ିଶା ଉପକୂଳ ଅତିକ୍ରମ କରିଛି। ରାତି ପ୍ରାୟ ସାଢ଼େ ୧୨ଟାରୁ ଗୋଟାଏ ୩୦ ମିନିଟ୍‌ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଏହି ସାମୁଦ୍ରିକ ଝଡ଼ ସ୍ଥଳ ଭାଗକୁ ଅତିକ୍ରମ କରିଛି। ପଶ୍ଚିମ-ଉତ୍ତର ଦିଗରେ ଗତି କରି ଏହା ପଶ୍ଚିମମୁହାଁ ହୋଇଛି।

ଏହା ବର୍ତ୍ତମାନ ଗୋପାଳପୁରଠାରୁ ପଶ୍ଚିମମୁଖା ହୋଇ ଗୋପାଳପୁରଠାରୁ ୪୦ କିଲୋମିଟର ଏବଂ ଭବାନୀପାଟଣାଠାରୁ ୧୫୦ କିଲୋମିଟର ଦୂରରେ ରହିଛି। ସ୍ଥଳଭାଗକୁ ଛୁଇଁଲା ପରେ ଏହା କ୍ରମଶଃ ଧୀରେ ଧୀରେ ଦୁର୍ବଳ ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ସକାଳ ସାଢ଼େ ୮ଟା ମଧ୍ୟରେ ୯ ଜିଲ୍ଲାରେ ପାଣିପାଗ ବିଭାଗ ରେଡ୍ ୱାର୍ଣ୍ଣିଂ ଜାରି କରିଛି। ଏହି ସବୁ ଜିଲ୍ଲା ଗୁଡ଼ିକ ହେଲା- ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର।

ଏହାସହ ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଜାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାରେ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।

ସାମୁଦ୍ରିକ ଝଡ଼ ‘ଡାଏ’ର ପ୍ରଭାବରେ ଏହି ସବୁ ଜିଲ୍ଲା ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ବିଭାଗ ପୂର୍ବାନୁମାନ କରିଛି। ତେବେ ଧୀରେ ଧୀରେ ପବନ ବେଗ ହ୍ରାସ ପାଇବ। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ରହିବ।

ଏହାକୁ ଦୃଷ୍ଟିରେ ରଖି ପୁରୀ ଓ ଗୋପାଳପୁର ବନ୍ଦରରେ ୭ ନମ୍ବର ବିପଦ ସଂକେତ ଜାରି କରାଯାଇଛି। ଚାନ୍ଦବାଲି ଓ ପାରାଦୀପ ବନ୍ଦରରେ ୬ ନମ୍ବର ବିପଦ ସଂକେତ ଜାରି କରାଯାଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।



from Odisha Reporter https://ift.tt/2xA86qX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages