ମାଛ ମାରିବାକୁ ଯାଇଥିଲେ, ଆଉ ଫେରିଲେନି  - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 23, 2018

ମାଛ ମାରିବାକୁ ଯାଇଥିଲେ, ଆଉ ଫେରିଲେନି 

Two-brothers-drown-to-death-in-kendujhar

କେନ୍ଦୁଝର(ଓଡ଼ିଶା ରିପୋର୍ଟର): କେନ୍ଦୁଝର ଜିଲ୍ଲା ହାଟଡ଼ିହି ବ୍ଲକ୍ ବଣିଆହୁଡ଼ି ଗାଁରେ ଦୁଇଜଣ ଯୁବକ ଗତକାଲି କେନାଲ୍‌କୁ ମାଛ ମାରିବାକୁ ଯାଇ ନିଖୋଜ ହୋଇଯାଇଥିଲେ। ଆଜି ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେମାନେ ହେଲେ ସଞ୍ଜୟ ଜେନା ଓ ସରୋଜ ଜେନା। ସେମାନେ ଦୁଇ ଭାଇ ବୋଲି ଜଣାପଡ଼ିଛି।

ଗତକାଲି ସଞ୍ଜୟ ଓ ସରୋଜ ବୈତରଣୀ ନଦୀର ନିର୍ମାଣାଧୀନ କେନାଲ୍‌କୁ ମାଛ ମାରିବାକୁ ଯାଇ ନିଖୋଜ ହୋଇ ଯାଇଥିଲେ। ବହୁତ ଖୋଜାଖୋଜି କରାଯାଇଥିଲେ ମଧ୍ୟ ସେମାନଙ୍କର କୌଣସି ସନ୍ଧାନ ମିଳି ନ ଥିଲା। ତେବେ ଆଜି ସକାଳେ ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା।

କେନାଲ ନିର୍ମାଣକାରୀ କମ୍ପାନୀର ଅବହେଳାରୁ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗକରି ସ୍ଥାନୀୟ ଲୋକମାନେ ରାସ୍ତାରୋକ କରିଥିଲେ। କ୍ଷତିପୂରଣର ପ୍ରତିଶ୍ରୁତି ମିଳିବା ପରେ ରାସ୍ତାରୋକ ପ୍ରତ୍ୟାହାର ହୋଇଛି।

 



from Odisha Reporter https://ift.tt/2zq3gh1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages