ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 11, 2018

ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ

କେନ୍ଦୁଝର (ପ୍ରଣୟ ପାଣି): ଆଜି ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇ ଥିଲା। ମାତ୍ର ଡାକ୍ତରଖାନାରେ ଡାକ୍ତର ନଥିବାରୁ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ଡାକ୍ତରଖାନାରେ ତାଲା ପକାଇ ରାସ୍ତାରୋକ କରିଛନ୍ତି।
 
ଆଜି କେନ୍ଦୁଝରରେ ପ୍ରବଳ ବର୍ଷା ହୋଇଥିଲା। ଏହା ସତ୍ତ୍ୱେ ପାଟଣା ଥାନା କେନ୍ଦେଇପଶି ଗାଁର ରେଣୁକା ନାଏକ ଲୋକ ଲଗାଇ ବିଲ କାମ କରାଉଥିଲେ। ଅପରାହ୍ନ ପ୍ରାୟ ୨ଟା ବେଳେ ହଠାତ ବଜ୍ରପାତ ହୋଇଥିଲା। ଫଳରେ ବିଲରେ ପପିତା ନାଏକଙ୍କ ମୃତ୍ୟୁ ହୋଇଥିବା ବେଳେ ରେଣୁକା ନାଏକ ଓ ମମତା ନାଏକ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ସଙ୍ଗେ ସଙ୍ଗେ କେନ୍ଦେଇପଶି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। 
 
ମାତ୍ର ସେହି ସମୟରେ ଡାକ୍ତରଖାନାରେ ଡାକ୍ତର ନଥିବାରୁ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ଡାକ୍ତରଖାନାରେ ତାଲା ପକାଇ ପାଟଣା- କେନ୍ଦୁଝର ରାସ୍ତାକୁ ଅବରୋଧ କରିଥିଲେ।  
 
ଆହତ ଦୁଇ ଜଣଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ଏବେ ମଧ୍ୟ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉଦ୍‌ବେଗଜନକ ରହିଛି। 


from Odisha Reporter https://ift.tt/2NEc6zA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages