ଚଳଚ୍ଚିତ୍ର ପ୍ରଯୋଜକ ସୁବାସ ରାଉତଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 21, 2018

ଚଳଚ୍ଚିତ୍ର ପ୍ରଯୋଜକ ସୁବାସ ରାଉତଙ୍କ ପରଲୋକ

ind

କଟକ: ବିଶିଷ୍ଟ ଚଳଚ୍ଚିତ୍ର ପ୍ରଯୋଜକ ସୁବାସ ରାଉତଙ୍କର ପରଲୋକ ହୋଇଯାଇଛି। ଆଜି ଭୋର୍‌ରେ କଟକର ଛତ୍ରବଜାର ସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଛି। ସେ ଦୀର୍ଘଦିନ ଧରି କ୍ୟାନ୍‌ସରରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିଲେ।

ଆଜି ଭୋର୍ ପ୍ରାୟ ତିନିଟା ବେଳେ ହୃଦ୍‌ଘାତରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ହୋଇଥିଲା।

ସୁବାସ ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣେ ଜଣାଶୁଣା ପ୍ରଯୋଜକ ଥିଲେ। ସେ ‘ସୁନାପଞ୍ଜୁରୀ’, ‘ସନ୍ତାନ’, ‘ଭାଗ୍ୟ ହାତେ ଡୋରି’, ‘ଲକ୍ଷ୍ମଣ ରେଖା’ ଓ ‘ସିଂହବାହିନୀ’ ଭଳି ବହୁ ଓଡ଼ିଆ ଫିଲ୍ମ ନିର୍ମାଣ କରିଥିଲେ।

‘ସୁନାପଞ୍ଜୁରୀ’ ଫିଲ୍ମ ତାଙ୍କୁ ଖୁବ୍ ମାଇଲେଜ୍ ଦେଇଥିଲା। ଏଥିରେ ସିଦ୍ଧାନ୍ତ ମହାପାତ୍ର ଅଭିନୟ କରିଥିଲେ।

ସେ ‘ବିଧାତାର ଖେଳ’ ଭଳି କିଛି ଟିଭି ସିରିଏଲ୍ ମଧ୍ୟ ନିର୍ମାଣ କରିଥିଲେ। ତାଙ୍କ ମୃତ୍ୟୁରେ ଓଡ଼ିଶା ଫିଲ୍ମ ଜଗତରେ ଶୋକର ଛାୟା ଖେଳିଯାଇଛି।



from Odisha Reporter https://ift.tt/2I7d1Ua

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages