
ଅଗରତାଲା/ଭୁବନେଶ୍ୱର,(ଓଡ଼ିଶା ରିପୋର୍ଟର) ତ୍ରିପୁରାରେ ଓଡ଼ିଆ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କୁ ନିର୍ଯାତନା ପ୍ରସଙ୍ଗକୁ ଗୁରୁତର ସହ ନେଇଛନ୍ତି ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବ। ଶିକ୍ଷାନୁଷ୍ଠାନରେ କୌଣସି ପ୍ରକାର ଅସାମାଜିକ କାର୍ଯ୍ୟକଳାପକୁ ବରଦାସ୍ତ କରାଯିବନାହିଁ। ଦେଶର କୋଣ ଅନୁକୋଣରୁ ଆସିଥିବା ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
ଓଡ଼ିଆ ଛାତ୍ରଛାତ୍ରୀଙ୍କ ସୁରକ୍ଷା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଆଲୋଚନା ପରେ ଏହି ଟ୍ୱିଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବଙ୍କ ସହ ଆଲୋଚନା କରି ଛାତ୍ରଛାତ୍ରୀଙ୍କୁ ସୁରକ୍ଷା ଦେବାକୁ ଅନୁରୋଧ କରିଥିଲେ ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଚାଙ୍କ ଟ୍ୱିଟ୍ରେ ଉଲ୍ଲେଖ କରିଛନ୍ତି ଯେ, “ତ୍ରିପୁରାର ମୁଖ୍ୟମନ୍ତ୍ରୀ ବିପ୍ଲବ ଦେବଙ୍କ ସହ କଥା ହେଲି। ଓଡ଼ିଆ ପିଲାମାନଙ୍କୁ ଉପଯୁକ୍ତ ସୁରକ୍ଷା ଯୋଗାଇଦେବାକୁ ଅନୁରୋଧ କଲି।
ତ୍ରିପୁରାର ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବ ଓଡ଼ିଆ ପିଲାମାନଙ୍କୁ ଉପଯୁକ୍ତ ସୁରକ୍ଷା ଦେବା ପାଇଁ ପ୍ରତିଶ୍ରୁତି ଦେଇଥିବା ସେ ଟ୍ୱିଟ୍ରେ ଉଲ୍ଲେଖ କରିଛନ୍ତି।
ଏହା ପୂର୍ବରୁ ଆଜି ସକାଳେ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ମଧ୍ୟ ଟ୍ୱିଟ୍ କରି ତ୍ରିପୁରାରେ ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ସୁରକ୍ଷା ଯୋଗାଇ ଦିଆଯାଉ ବୋଲି କହିଥିଲେ।
ଅନ୍ୟପଟେ ଉପରୋକ୍ତ ଅଭିଯୋଗ ଆସିବା ପରେ ସେଠାକୁ ଓଡ଼ିଶା ସରକାରଙ୍କ ଏକ ଉଚ୍ଚସ୍ତରୀୟ ଟିମ୍ ଯାଉଛି। ଏହି ଟିମ୍ରେ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ କୁଳପତି ଏବଂ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଅଛନ୍ତି। ଏହା ସହିତ ସେଠାକାର ଡିଜିପିଙ୍କ ସହିତ କଥା ହୋଇଛନ୍ତି ଓଡ଼ିଶାର ଡିଜିପି ଆର୍ପି ଶର୍ମା।
from Odisha Reporter https://ift.tt/2OV2DBk
No comments:
Post a Comment