ବଜ୍ରପାତ ନେଲା ୩ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 15, 2018

ବଜ୍ରପାତ ନେଲା ୩ ଜୀବନ

ଖୋର୍ଦ୍ଧା/ବାରିପଦା(ବଳରାମ ଲେଙ୍କା/ମାଣିକଲାଲ୍‌ ପାଣି): ବଜ୍ରାଘାତରେ ଆଜି ୩ ଜଣ ପ୍ରାଣ ହରାଇଛନ୍ତି ଏବଂ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ବିଭିନ୍ନ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି।

ଖୋର୍ଦ୍ଧା ଅଞ୍ଚଳରେ ବଜ୍ରପାତରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଦୁଇ ଜଣ ହେଲେ ସାରୁଅ ଗାଁର ପରମାନନ୍ଦ ମହାଭୋଇ ଓ କୁଞ୍ଜୁରୀ ଗାଁର ସଂଜୟ ନାୟକ। ଆହତଙ୍କ ମଧ୍ୟରେ ଅଛନ୍ତି କୁଞ୍ଜରି ଗାଁର ଦୀନେଶ ନାୟକ, ବବିତା ନାୟକ ଓ ପୁବୁସାହିର ରମେଶ ସେଠୀ। ଏମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରରେ ବଜ୍ରପାତରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ମହିଳା ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଧାନ ବିଲରେ କାମ କରୁଥିବା ବେଳେ ବଜ୍ରପାତ ହେବାରୁ ବିଜାତଳା ଗାଁର ହୀରା ମୁର୍ମୁଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।



from Odisha Reporter https://ift.tt/2QyGr19

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages