ବୈଜୟନ୍ତଙ୍କ ହେଲିକପ୍ଟର ସିଜ୍‌କୁ ବିରୋଧ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 24, 2018

ବୈଜୟନ୍ତଙ୍କ ହେଲିକପ୍ଟର ସିଜ୍‌କୁ ବିରୋଧ

dhenkanal

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ହେଲିକପ୍ଟର ଓ ଡ୍ୟାଙ୍ଗର୍‌ ସିଜ୍‌ ହେବା ଘଟଣାକୁ ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବାରେ ଲାଗିଛି। ଆଜି ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକର ସାତମାଇଲ ଛକଠାରେ ହିନ୍ଦୋଳ ଛାତ୍ର ଯୁବ ପରିଷଦ ପକ୍ଷରୁ ଏକ ପ୍ରତିବାଦ ଶୋଭାଯାତ୍ରା କରାଯାଇଛି। ଏଥିରେ ଶତାଧିକ ଛାତ୍ରଛାତ୍ରୀ ସାମିଲ ହୋଇ ରାଜ୍ୟ ସରକାରଙ୍କ ଏପରି କାର୍ଯ୍ୟକୁ ବିରୋଧ କରି ପ୍ରତିବାଦ କରିଥିଲେ।
ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ବିରୋଧରେ ଏହା ଏକ ଷଡ଼ଯନ୍ତ୍ର ବୋଲି ହିନ୍ଦୋଳ ଛାତ୍ର ଯୁବ ପରିଷଦ ପକ୍ଷରୁ ଅଭିଯୋଗ କରାଯାଇଛି। ଆଗାମୀ ଦିନରେ ଏହି ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବ ବୋଲି ପରିଷଦ ପକ୍ଷରୁ ଚେତାବନୀ ଦିଆଯାଇଛି।



from Odisha Reporter https://ift.tt/2MZBkUH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages