ହକି ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ନୂଆ ଜର୍ସି ଉନ୍ମୋଚିତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 7, 2018

ହକି ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ନୂଆ ଜର୍ସି ଉନ୍ମୋଚିତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ ହେବାକୁ ଥିବା ହକି ବିଶ୍ୱକପ ପାଇଁ ଟିମ୍‌ ଇଣ୍ଡିଆର ନୂଆ ଜର୍ସି ଉନ୍ମୋଚିତ ହୋଇଛି। ମୁମ୍ବାଇରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ଟିମ୍‌ ଇଣ୍ଡିଆର ଖେଳାଳିମାନେ ନୂଆ ଜର୍ସି ପିନ୍ଧିଛନ୍ତି।

ଜର୍ସି ଉନ୍ମୋଚନ ଉତ୍ସବରେ ଟିମ୍‌ ଇଣ୍ଡିଆର କ୍ୟାପଟେନ ପି.ଆର୍‌. ଶ୍ରୀଜେଶଙ୍କ ସହ ଅନ୍ୟ ଖେଳାଳିମାନେ ଉପସ୍ଥିତ ଥିଲେ। ପୂର୍ବତନ ଅଧିନାୟକମାନେ ମଧ୍ୟ ଉପସ୍ଥିତ ରହି ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଥିଲେ। ପୂର୍ବତନ ଅଧିନାୟକ ଦିଲ୍ଲୀପ ତିର୍କୀ, ଅଜିତ ପାଲ ସିଂ, ଧନରାଜ ପିଲ୍ଲେ, ସର୍ଦ୍ଦାର ସିଂ, ଅଶୋକ କୁମାରଙ୍କ ପରି ହକି ଲିଜେଣ୍ଡମାନେ ଏହି ଉତ୍ସବରେ ଉପସ୍ଥିତ ରହିଥିଲେ।

ବିଶିଷ୍ଟ ଫ୍ୟାଶନ ଡିଜାଇନର ନରେନ୍ଦ୍ର କୁମାର ଏହି ଜର୍ସିର ଡିଜାଇନ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ଆସନ୍ତା ନଭେମ୍ବର ୨୮ରୁ ଡିସେମ୍ବର ୧୬ ପର୍ଯ୍ୟନ୍ତ ଭୁବନେଶ୍ୱରରେ ହକି ବିଶ୍ୱକପ ଖେଳାଯିବ।



from Odisha Reporter https://ift.tt/2oPR2s5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages