ପୋଖରୀରେ ବୁଡ଼ି ଗଲେ ଦୁଇ ଛାତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 23, 2018

ପୋଖରୀରେ ବୁଡ଼ି ଗଲେ ଦୁଇ ଛାତ୍ରୀ

nilagiri

ନୀଳଗିରି (ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ନୀଳଗିରି ଅଞ୍ଚଳର କାହାଳିଆ ଗାଁରେ ପୋଖରୀରେ ବୁଡ଼ି ଦୁଇ ଜଣ ନାବାଳିକାଙ୍କର ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ, ଜ୍ୟୋତିରେଖା ମହାରଣା ଏବଂ ବନଶ୍ରୀ ବେହେରା।

ଜ୍ୟୋତିରେଖା ଏବଂ ବନଶ୍ରୀ ଟ୍ୟୁସନ୍‌ରୁ ଫେରି ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଗାଧୋଉଥିବା ବେଳେ ବନଶ୍ରୀ ପାଣିରେ ବୁଡ଼ି ଯାଇଥିଲେ। ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରି ଜ୍ୟୋତିରେଖା ମଧ୍ୟ ବୁଡ଼ି ଯାଇଥିଲେ।
ଗ୍ରାମବାସୀ ଦୁଇ ଜଣଙ୍କୁ ଉଦ୍ଧାର କରି ନୀଳଗିରି ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।

ଜ୍ୟୋତିରେଖା ସପ୍ତମ ଶ୍ରେଣୀରେ ପଢୁଥିବା ବେଳେ ବନଶ୍ରୀ ଦଶମ ଶ୍ରେଣୀର ଛାତ୍ରୀ ଥିଲେ।



from Odisha Reporter https://ift.tt/2pvqvAt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages