ଆସନ୍ତା ୨୦ ଓ ୨୧ରେ ପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 18, 2018

ଆସନ୍ତା ୨୦ ଓ ୨୧ରେ ପ୍ରବଳ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ହେଉଛି। ଏହାର ପ୍ରଭାବରେ ଆସନ୍ତା ୨୦ ଓ ୨୧ ତାରିଖରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର। ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି ଏସ୍‌ଆରସି।

ଆସନ୍ତା ୨୦ ତାରିଖରେ ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେହିପରି ୨୧ ତାରିଖରେ ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ଘଡ଼ଘଡ଼ି ମାରିବା ସହିତ ପ୍ରବଳ ବେଗରେ ପବନ ବହିବ। ଏଥିପାଇଁ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ SRC ଚିଠି ଲେଖି ପରାମର୍ଶ ଦେଇଛନ୍ତି।

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି।



from Odisha Reporter https://ift.tt/2xmMFJP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages