
ଭଦ୍ରକ (ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲା ତିହିଡ଼ି ଥାନା ଅଚକ ପଞ୍ଚାୟତ ଅନ୍ତର୍ଗତ ସାମନ୍ତରାଇପୁର ଗାଁରେ ଆଜି ଏକ ଦୁଃଖଦ ଘଟଣା ଘଟିଛି।
ପୋଖରୀରେ ବୁଡ଼ି ଦୁଇ ନାବାଳକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ସ୍ୱାଗତ ମଲ୍ଲିକ ଓ ସମରଜିତ୍ ମଲ୍ଲିକ।
ମିଳିଥିବା ସୂଚନା ଅନୁଯାୟୀ, ଏକ ବାଛୁରୀ ସହିତ ଖେଳୁଥିବା ବେଳେ ସେମାନେ ପୋଖରୀରେ ବୁଡ଼ି ଯାଇଥିଲେ।
ସେମାନଙ୍କୁ ଉଦ୍ଧାର କରାଯାଇ ତିହିଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।
from Odisha Reporter https://ift.tt/2Oyvag8
No comments:
Post a Comment