
ଖୋର୍ଦ୍ଧା(ଓଡ଼ିଶା ରିପୋର୍ଟର): ଖୋର୍ଦ୍ଧା ଜିଲ୍ଲା ବାଘମାରି ଅଟ୍ରି ଗାଁରେ ଆଜି ଏକ ଦୁଃଖଦ ଘଟଣା ଘଟିଛି।
ପୋଖରୀରେ ଗାଧୋଇବା ବେଳେ ବୁଡ଼ି ଯାଇ ଦୁଇ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଆଲିଶା ବେହେରା ଓ ଶ୍ରାବଣୀ ବେହେରା। ସେମାନେ ଗୋଟିଏ କୁଟୁମ୍ବର।
ଜେଜେମା’ଙ୍କ ସହ ଆଲିଶା ଓ ଶ୍ରାବଣୀ ଗାଁ ପୋଖରୀରକୁ ଆଜି ସକାଳ ପ୍ରାୟ ସାଢ଼େ ଆଠଟା ବେଳେ ଗାଧୋଇବାକୁ ଯାଇଥିଲେ। ଗାଧୋଇଲା ବେଳେ ହଠାତ୍ ସେମାନେ ବୁଡ଼ି ଯାଇଥିଲେ।
ସେମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।
from Odisha Reporter https://ift.tt/2NJvhIl
No comments:
Post a Comment