ଭାରତ ବନ୍ଦ: ଟାୟାର ଜାଳି ରାସ୍ତାରୋକ, ଟ୍ରେନ୍‌ ଅଟକାଇଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 9, 2018

ଭାରତ ବନ୍ଦ: ଟାୟାର ଜାଳି ରାସ୍ତାରୋକ, ଟ୍ରେନ୍‌ ଅଟକାଇଲେ

angul

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଆଜି ଭାରତ ବନ୍ଦ। ତେଲ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି।

ବିଭିନ୍ନ ସ୍ଥାନରେ କଂଗ୍ରେସ କର୍ମୀ  ପିକେଟିଂ କରି ଟାୟାର ଜାଳି ରାସ୍ତାରୋକ କରିଛନ୍ତି। କଟକ ବାଦାମବାଡ଼ିରେ କଂଗ୍ରେସ କର୍ମୀ ରାସ୍ତାରୋକ କରିଛନ୍ତି। ସେହିଭଳି ସମ୍ବଲପୁର, ବଲାଙ୍ଗିର, ଭଦ୍ରକ, କଳାହାଣ୍ଡି, ଅନୁଗୋଳ, ନାଲୋକ ନଗର ଓ ସୋରରେ ମଧ୍ୟ କଂଗ୍ରେସ କର୍ମୀ ରାସ୍ତାରୋକ କରିଛନ୍ତି।ctc

ଭାରତ ବନ୍ଦର ପ୍ରଭାବ ରାଜଧାନୀ  ଭୁବନେଶ୍ୱରରେ ମଧ୍ୟ ଅନୁଭୂତ ହୋଇଛି। ବାଣୀବିହାର ଛକରେ କଂଗ୍ରେସ କର୍ମୀଙ୍କ ପିକେଟିଂ କରିଛନ୍ତି। ବରମୁଣ୍ଡା ବସ୍‌ଷ୍ଟାଣ୍ଡରୁ ବସ୍ ଯାତାୟାତ ସଂପୂର୍ଣ୍ଣ ବନ୍ଦ ରହିଛି। ଫଳରେ ଜରୁରୀ କାମରେ ଆସିଥିବା ଅନେକ ଯାତ୍ରୀ ଫସି ରହିଛନ୍ତି।

samblapur

ସମ୍ବଲପୁର ଷ୍ଟେସନ୍‌ରେ କଂଗ୍ରେସ କର୍ମୀ ରେଳ ରୋକ କରିଛନ୍ତି। ଫଳରେ ଷ୍ଟେସନ୍‌ରେ ସମ୍ବଲପୁର-ପୁରୀ, ସମ୍ବଲପୁର-ରାୟଗଡ଼ା ଇଣ୍ଟରସିଟି ଏକ୍ସପ୍ରେସ୍‌ ଅଟକିଛି।

ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି,“ବନ୍ଦ ପାଳନ ଶାନ୍ତିପୂର୍ଣ୍ଣ ରହିଛି। ଓଡ଼ିଶାବାସୀ ବନ୍ଦ ଡାକରାକୁ ପୂର୍ଣ୍ଣ ସମର୍ଥନ କରିଛନ୍ତି। ସେଥିପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଉଛି। ତୈଳ ଦର ବୃଦ୍ଧି ସେମାନଙ୍କୁ ବାଧିଛି।”

ବନ୍ଦ ପାଳନରୁ ଜରୁରୀକାଳୀନ ସେବାକୁ ବାଦ୍ ଦିଆଯାଇଛି।  ଔଷଧ ଦୋକାନ, ଆମ୍ବୁଲାନ୍ସ, ପରୀକ୍ଷାର୍ଥୀ ଓ କ୍ଷୀର ଗାଡ଼ି ପ୍ରଭାବିତ ହେବେ ନାହିଁ ବୋଲି କଂଗ୍ରେସ କହିଛି।

ଆଜି କଂଗ୍ରେସ ବିଧାୟକମାନେ ବିଧାନସଭା ଯିବେନି। ଅପରାହ୍ନ ୩ଟା ଯାଏ ବିଧାନସଭା ମୁଲତବି ରଖିବାକୁ କଂଗ୍ରେସ  ସରକାରଙ୍କୁ ଆହ୍ୱାନ ଦେଇଛି। ତେଲ ଦର ବୃଦ୍ଧି ଯଦି ସରକାରଙ୍କୁ ବାଧୁଛି, ତେବେ ଏହାକୁ ଜିଏସଟି ପରିସରକୁ ଆଣିବାକୁ କଂଗ୍ରେସ ଆହ୍ୱାନ ଦେଇଛି।



from Odisha Reporter https://ift.tt/2CEw2hy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages