
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ୩୬ ଘଣ୍ଟା ମଧ୍ୟରେ ଆହୁରି ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର।
ବର୍ଷା ସହିତ ଝଡ଼ତୋଫାନ, ବଜ୍ରପାତ ନେଇ ୧୮ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଓ କନ୍ଧମାଳ ।
from Odisha Reporter https://ift.tt/2oLlJyB
No comments:
Post a Comment