ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁରଙ୍କ ନାଁରେ ଅସଦାଚରଣ ଅଭିଯୋଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 3, 2018

ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁରଙ୍କ ନାଁରେ ଅସଦାଚରଣ ଅଭିଯୋଗ

baby....

କନ୍ଧମାଳ(ଓଡ଼ିଶା ରିପୋର୍ଟର):ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର ଜଣେ ଯୁବତୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏ ନେଇ ପୀଡ଼ିତା ଦେବେନ୍ଦ୍ରଙ୍କ ନାଁରେ ଥାନାରେ ଅଭିଯୋଗ କରିଛନ୍ତି।

ଅଭିଯୋଗ ଅନୁଯାୟୀ, ଦେବେନ୍ଦ୍ର ଓ ତାଙ୍କ ଡ୍ରାଇଭର୍‌ ସଦର ଥାନା ଗୌଡ଼ପଡ଼ାର ଜଣେ ଯୁବତୀଙ୍କ ଘରେ ବିଳମ୍ବିତ ରାତିରେ ପହଞ୍ଚିଥିଲେ। ପରେ ସେମାନେ ଯୁବତୀଙ୍କୁ ଅସଦାଚରଣ କରିବା ସହ ତାଙ୍କ ମାଆଙ୍କୁ ମାରଧର କରିଥିଲେ।

ସଦର ଥାନା ପୁଲିସ୍‌ ଦେବେନ୍ଦ୍ର ଓ ତାଙ୍କ ସହଯୋଗୀଙ୍କ ନାଁରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଏନେଇ ଦେବେନ୍ଦ୍ରଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।

କନ୍ଧମାଳ ଏସ୍‌ପି  ଉତ୍କଳ ରଞ୍ଜନ ଦାସ କହିଛନ୍ତି, “ଦେବେନ୍ଦ୍ର କହଁର ଓ ତାଙ୍କ ଡ୍ରାଇଭର୍‌ ପୀଡ଼ିତାଙ୍କ ଘରେ ପଶି ଅସଦାଚରଣ ଓ ଗଣ୍ଡଗୋଳ କରିଥିବା ଅଭିଯୋଗ ଆସିଛି। ଘଟଣାର ତଦନ୍ତ ଚାଲିଛି। ତଦନ୍ତ ରିପୋର୍ଟ ଆସିବା ପରେ ଘଟଣାର ସତ୍ୟାସତ୍ୟ ଜଣାପଡ଼ିବ।

 

 



from Odisha Reporter https://ift.tt/2Ceq1YJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages