ଏସ୍‌ସିବିରେ ଜଣେ ଡେଙ୍ଗୁ ରୋଗୀ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 23, 2018

ଏସ୍‌ସିବିରେ ଜଣେ ଡେଙ୍ଗୁ ରୋଗୀ ମୃତ

scb

କଟକ/ନୟାଗଡ଼(ଓଡ଼ିଶା ରିପୋର୍ଟର): ପୁଣି ଡେଙ୍ଗୁରେ ଜଣଙ୍କ ଜୀବନ ଯାଇଛି। ସେ ହେଲେ ଜଗତସିଂହପୁର ଜିଲ୍ଲା କୁଜଙ୍ଗର ସୌମ୍ୟରଞ୍ଜନ ନାୟକ। ସେ କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଥିଲେ।

ଗତ ୨୦ ତାରିଖରେ ତାଙ୍କୁ କଟକ ବଡ଼ ମେଡିକାଲର ଡେଙ୍ଗୁ ୱାର୍ଡରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ମେଡିସିନ୍ ବିଭାଗର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ମୃତ୍ୟୁ ଘଟିଥିବା ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି।

ଏହାକୁ ମିଶାଇ ଗତ ୬ ମାସ ଭିତରେ ଡେଙ୍ଗୁ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି।

ଅନ୍ୟପକ୍ଷରେ ନୟାଗଡ଼ ଜିଲ୍ଲାରେ ଦିନକୁ ଦିନ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ପ୍ରତିଦିନ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ୧୦ରୁ ଅଧିକ ଡେଙ୍ଗୁ ରୋଗୀ ଡାକ୍ତରଖାନାରେ ଭର୍ତ୍ତି ହେଉଛନ୍ତି।

ସରକାରୀ ରିପୋର୍ଟ ଅନୁସାରେ ବର୍ତ୍ତମାନ ସୁଦ୍ଧା ୧୨୫ ଜଣ ଡେଙ୍ଗୁ ରୋଗୀଙ୍କୁ ଚିହ୍ନଟ କରାଯାଇଛି। ସେଥିମଧ୍ୟରୁ ଭାପୁର ବ୍ଳକ୍‌ ମାଣିତ୍ରୀ ଗାଁରୁ ସର୍ବାଧିକ ୪୫ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ନୟାଗଡ଼ ବ୍ଳକ୍‌ ବିରୁଡ଼ା ଗାଁରୁ ୧୦ରୁ ଅଧିକ ରୋଗୀ ଚିହ୍ନଟ ହୋଇଛନ୍ତି।

 



from Odisha Reporter https://ift.tt/2OHvg5a

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages