ଭୁଶୁଡ଼ିଲା ବିଲ୍ଡିଂ ୪ ଶିଶୁଙ୍କ ସମେତ ୫ଙ୍କ ଜୀବନ ଗଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 26, 2018

ଭୁଶୁଡ଼ିଲା ବିଲ୍ଡିଂ ୪ ଶିଶୁଙ୍କ ସମେତ ୫ଙ୍କ ଜୀବନ ଗଲା

ନୂଆଦିଲ୍ଲୀ: ଉତ୍ତର ଦିଲ୍ଲୀର ଅଶୋକ ବିହାରରେ ଥିବା ଏକ ତିନି ମହଲା କୋଠା ଭୁଶୁଡ଼ି ପଡ଼ିଛି। ଏହି ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ମୃତକଙ୍କ ମଧ୍ୟରେ ୪ ଜଣ ଶିଶୁ ରହିଛନ୍ତି। ଏଥିରେ ଆହୁରି ୭ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

ବିଲ୍ଡିଂଟି ବହୁ ପୁରୁଣା ହୋଇଥିବାରୁ ଲଗାଣ ବର୍ଷାରେ ଭୁଶୁଡ଼ି ପଡ଼ିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

ସକାଳ ପ୍ରାୟ ୯ଟା ବେଳେ ଘଟଣା ଘଟିଥିବା ବେଳେ ଏନ୍‌ଡିଆର୍‌ଏଫ୍‌ ଟିମ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଘଟଣାର ମାଜିଷ୍ଟ୍ରେଟ୍‌ ସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।



from Odisha Reporter https://ift.tt/2Oc2gFA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages