ସେପ୍ଟେମ୍ବର ୫ରୁ ପ୍ରବଳ ବର୍ଷା, ୭ ଯାଏ ଜାରି ରହିବ ପ୍ରଭାବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 3, 2018

ସେପ୍ଟେମ୍ବର ୫ରୁ ପ୍ରବଳ ବର୍ଷା, ୭ ଯାଏ ଜାରି ରହିବ ପ୍ରଭାବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ଉପକୂଳରେ ସୃଷ୍ଟ ଗୋଟିଏ ଲଘୁଚାପ ଦୁର୍ବଳ ହେବା ପରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସୂଚନା ମିଳିଛି।

ଏହାର ପ୍ରଭାବରେ ଆସନ୍ତା ୫ରୁ ୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ସେହିପରି ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ମଧ୍ୟ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ଆର୍‌ ବିଶ୍ୱାସ ସୂଚନା ଦେଇଛନ୍ତି।

ଅନ୍ୟପକ୍ଷରେ ସୋଆର ପରିବେଶ ଓ ଜଳବାୟୁ କେନ୍ଦ୍ରର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁଙ୍କ ସୂଚନା ଅନୁଯାୟୀ,  ପୂର୍ବରୁ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଦୁର୍ବଳ ହେଉଛି। ତଥାପି ଓଡ଼ିଶାର ଏକାଧିକ ସ୍ଥାନରେ କାଁଭାଁ ବର୍ଷା ହେଉଛି।

ତେବେ ବୁଧବାର ଉତ୍ତର ପଶ୍ଚିମ ବଙ୍ଗୋପସାଗରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଘନୀଭୂତ ହୋଇ ଲଘୁଚାପରେ ପରିଣତ ମଧ୍ୟ ହୋଇପାରେ। ଏହାର ପ୍ରଭାବରେ ସେପ୍ଟେମ୍ବର ୫ରୁ ୭ ତାରିଖ ଯାଏ ଉପକୂଳ, ଉତ୍ତର, ପଶ୍ଚିମ ଓ କେନ୍ଦ୍ରୀୟ ଓଡ଼ିଶାରେ ବର୍ଷା ହେବ। ବିଶେଷ କରି ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଡ.ସାହୁ ପୂର୍ବାନୁମାନ କରିଛନ୍ତି।

ସେ କହିଛନ୍ତି, ସେପ୍ଟେମ୍ବର ୫ ଓ ୬ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାର ଏକାଧିକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଓଡ଼ିଶା ସମେତ ସେପ୍ଟେମ୍ବର ୬ ତାରିଖରୁ ଦୁଇଦିନ ଧରି ପଡ଼ୋଶୀ ଛତିଶଗଡ଼ର କିଛି ଅଞ୍ଚଳରେ ମଧ୍ୟ ପ୍ରବଳ ବର୍ଷାର ଆଶଙ୍କା ରହିଛି। ତେବେ ସେପ୍ଟେମ୍ବର ୮ରୁ ବର୍ଷା କମିବା ସହ ପାଗରେ ପରିବର୍ତ୍ତନ ଆସିବ ବୋଲି ଡ.ସାହୁ ଆକଳନ କରିଛନ୍ତି।



from Odisha Reporter https://ift.tt/2Cdm06X

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages