ଟ୍ରକ୍ ପଛରେ ପିଟି ହେଲା କାର୍: ୪ ମୃତ, ଜଣେ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 19, 2018

ଟ୍ରକ୍ ପଛରେ ପିଟି ହେଲା କାର୍: ୪ ମୃତ, ଜଣେ ଗୁରୁତର

accident

ସାଲେପୁର (ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲା ସାଲେପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି।

ଗତକାଲି ବିଳମ୍ବିତ ରାତିରେ ଅନନ୍ତପୁର ନିକଟରେ ଏକ ଟ୍ରକ୍‌ ପଛରେ କାର୍‌ଟିଏ ଜୋରରେ ପିଟି ହୋଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଆଉ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ କଟକ ବଡ଼ ମେଡିକାଲ୍‌ରେ ମୃତ୍ୟୁ ହୋଇଛି।

ମୃତକଙ୍କ ମଧ୍ୟରେ ମା, ପୁଅ ଓ ପୁତୁରା ଥିବା ସୂଚନା ମିଳିଛି।

ଦୁଇ ଗୁରୁତରଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଜଣଙ୍କ ମୃତ୍ୟୁ ଘଟିଛି।

ସମସ୍ତ ମୃତାହତ ସିମ୍ବଲପଡ଼ା ଅଞ୍ଚଳର। ସେମାନେ କଟକ ଷ୍ଟେସନକୁ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିବା ଜଣାପଡ଼ିଛି।



from Odisha Reporter https://ift.tt/2MORe4a

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages