
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆସନ୍ତା ୧୨ ଘଣ୍ଟାରେ ଏହା ଡିପ୍ ଡିପ୍ରେସନ୍ର ରୂପ ନେବ। ତେଣୁ ସମସ୍ତ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ନଯିବାକୁ ବାରଣ କରାଯାଇଛି।
ତେବେ ବର୍ଷାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି। ଅର୍ଥାତ୍ ଏହି ଜିଲ୍ଲାଗୁଡ଼ିକରେ ସ୍ଥିତି ଗମ୍ଭୀର ହୋଇପାରେ। ଏହି ଜିଲ୍ଲାଗୁଡ଼ିକ ହେଉଛି ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟ।
ସେହିପରି ୧୪ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଓ ଅବଶିଷ୍ଟ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
from Odisha Reporter https://ift.tt/2PSKTHb
No comments:
Post a Comment