
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଏବେ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ମଧ୍ୟବର୍ତ୍ତୀ ଅଞ୍ଚଳ ଦିଘା ନିକଟରେ ରହିଛି। ଫଳରେ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
୨୪ ଘଣ୍ଟା ପରେ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗକୁ ଧୀରେ ଧୀରେ ଗତି କରି ଦୁର୍ବଳ ହେବ ଲଘୁଚାପ। କିନ୍ତୁ ଏହି ସମୟ ମଧ୍ୟରେ ସାରା ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବ। କେଉଁଠି କମ୍ ହେବ ତ କେଉଁ ଠି ବେଶୀ ହେବ।
ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ର ମଧ୍ୟକୁ ନ ଯିବାକୁ ବାରଣ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ଟି ସ୍ଥାନରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ପାରାଦୀପରେ ସର୍ବାଧିକ ୪୧୨ମିଲିଲିଟର, କେନ୍ଦ୍ରାପଡ଼ାରେ ୩୭୧.୭, ଜଗତସିଂହପୁରରେ ୨୩୬ ଏବଂ ଯାଜପୁରରେ ୧୩୭ ମିଲିଲିଟର ବର୍ଷା ରେକର୍ଡ ହୋଇଛି।
from Odisha Reporter https://ift.tt/2PJs5dn
No comments:
Post a Comment