ସାଢ଼େ ୪ଟା ଯାଏ ବିପଦ, ସତର୍କ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 16, 2018

ସାଢ଼େ ୪ଟା ଯାଏ ବିପଦ, ସତର୍କ ରୁହନ୍ତୁ

lightning

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ବି କିଛି ସ୍ଥାନରେ ବର୍ଷା ହୋଇଛି। ଆହୁରି ହେବ ମଧ୍ୟ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଅପରାହ୍ନ ସାଢ଼େ ୪ଟା ଯାଏ ଘଡ଼ଘଡ଼ି ସହ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ୧୭ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ଼, କୋରାପୁଟ ଓ ମାଲାକନାଗିରି।

ସେହିପରି ଆସନ୍ତା ୧୮ ତାରିଖରେ ପଶ୍ଚିମ କେନ୍ଦ୍ର ତଥା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୦ ଏବଂ ୨୧ ତାରିଖରେ ଅଧିକ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଲଘୁଚାପ ପ୍ରଭାବରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବା ସମ୍ଭାବନା ରହିଛି।



from Odisha Reporter https://ift.tt/2OrHS0b

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages