ଗଞ୍ଜେଇ ବେପାରକୁ ନେଇ ଗୋଷ୍ଠୀ ସଂଘର୍ଷ; ଜଣେ ମୃତ, ଜଣେ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 3, 2018

ଗଞ୍ଜେଇ ବେପାରକୁ ନେଇ ଗୋଷ୍ଠୀ ସଂଘର୍ଷ; ଜଣେ ମୃତ, ଜଣେ ଆହତ

cuttack

ନରସିଂହପୁର (ଦିଲ୍ଲୀପ ପଣ୍ଡା): ଗଞ୍ଜେଇ ବେପାରକୁ ନେଇ କଟକ ଜିଲ୍ଲା ବଡ଼ମ୍ବା ଥାନା ଅନ୍ତର୍ଗତ ମାଣିଆବନ୍ଧରେ ଗୋଷ୍ଠୀ ସଂଘର୍ଷ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।

ମୃତ ବ୍ୟକ୍ତି ଜଣଙ୍କ ହେଲେ ବିକାଶ ସାହୁ। ଆହତ ଇନ୍ଦ୍ରମଣି ସିଠଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରିଛି ପୁଲିସ୍‌।

ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ନୂଆପାଟଣାରେ ଗଞ୍ଜେଇ ବେପାର କରୁଥିବା ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ଉଭୟ ଗୋଷ୍ଠୀ ମାଣିଆବନ୍ଧରେ ମୁହାଁମୁହିଁ ହୋଇଥିଲେ। ସେଠାରେ ଗଣ୍ଡଗୋଳ ଉଗ୍ର ରୂପ ନେଇଥିଲା। ଗୋଟିଏ ଗୋଷ୍ଠୀ ବୋମା ମାଡ଼ କରିଥିଲା। ଏଥିରେ ଇନ୍ଦ୍ରମଣି ଆହତ ହୋଇଥିଲେ। ଏହା ପରେ ଇନ୍ଦ୍ରମଣି ଓ ତାଙ୍କ ଗୋଷ୍ଠୀ ସେଠାରୁ ପଳାଇ ଯାଇଥିଲା। ତେବେ ତାଙ୍କ ଗୋଷ୍ଠୀର ବିକାଶ ସାହୁ ସେଠାରେ ରହି ଯାଇଥିଲେ। ଲୋକେ ତାଙ୍କୁ ଠେଙ୍ଗାରେ ପିଟି ମାରି ଦେଇଥିବା ଅଭିଯୋଗ ହୋଇଛି।

ବିକାଶଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ବଡ଼ମ୍ବା ଡାକ୍ତରଖାନା ପଠାଯାଇଛି।



from Odisha Reporter https://ift.tt/2LLHHdT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages