
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ରାତିରେ ଭୁବନେଶ୍ୱର ସମେତ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଥିଲା। ଆଜି ମଧ୍ୟ କିଛି ସ୍ଥାନରେ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସକାଳ ସାଢ଼େ ୧୦ଟା ଯାଏ ସତର୍କ ରହିବାକୁ ୨୧ଟି ଜିଲ୍ଲାକୁ ପରାମର୍ଶ ଦିଆଯାଇଛି।
ଏହି ଜିଲ୍ଲାଗୁଡ଼ିକ ହେଉଛି- ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ମାଲକାନଗିରି, ନବରଙ୍ଗପୁର, କୋରାପୁଟ ଓ ଅନୁଗୋଳ।
ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ନଯିବାକୁ ପରାମର୍ଶ ଦିଆଯାଇଛି।
from Odisha Reporter https://ift.tt/2QKBsdN
No comments:
Post a Comment