ଆହୁରି ବର୍ଷିବ: ଏହି ୧୮ଟି ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 5, 2018

ଆହୁରି ବର୍ଷିବ: ଏହି ୧୮ଟି ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଅବପାତର ରୂପ ନେଇଛି। ଏହାର ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଝାରସୁଗୁଡାରେ ସର୍ବାଧିକ ବର୍ଷା ହୋଇଛି। ଏହାର ପ୍ରଭାବରେ ଆହୁରି ୪୮ ଘଣ୍ଟା ପ୍ରବଳ ବର୍ଷା ହେବ। ଏନେଇ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଜି ୧୮ଟି ଜିଲ୍ଲାରେ ଲଘୁଚାପ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଓ କନ୍ଧମାଳ। ଏହିସବୁ ଜିଲ୍ଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ଆଶଙ୍କା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।



from Odisha Reporter https://ift.tt/2MMbrwy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages