
ଅନୁଗୋଳ(ଓଡ଼ଶା ରିପୋର୍ଟର): ଅନୁଗୋଳ ଜିଲ୍ଲା ଜରପଡ଼ା ଥାନା ଅନ୍ତର୍ଗତ ତୁବେ ନିକଟରେ ଏକ ଘରୋଇ ବସ୍ ଭାରସାମ୍ୟ ହରାଇ ଓଲଟି ପଡ଼ିଛି।
ରାତି ପ୍ରାୟ ୩ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଏଥିରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି।
ଜରପଡ଼ା ଥାନା ପୁଲିସ୍ ସ୍ଥାନୀୟ ଲୋକଙ୍କ ସହାୟତାରେ ବସ୍ ଭିତରୁ ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲା। ଏହାପରେ ସେମାନଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
ଏନେଇ ପୁଲିସ୍ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଏଥିସହ ପୁଲିସ୍ ବସ୍କୁ ଜବତ କରିଛି।
from Odisha Reporter https://ift.tt/2OzZaLP
No comments:
Post a Comment