
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶା ଊପକୂଳରେ ବାତ୍ୟା ହେବାର ଆଶଙ୍କା ରହିଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଡ୍ରିପେସନରେ ରୂପ ନେଇ ସାରିଛି। ବର୍ତ୍ତମାନ ଏହା ଗୋପାଳପୁରଠାରୁ ୭୨୦ କିଲୋମିଟର ଦୂରରେ ରହିଛି। ଆସନ୍ତା ୨୪ ଘଣ୍ଟାରେ ଏହା ଡିପ୍ ଡିପ୍ରେସନର ରୂପ ନେବାର ସମ୍ଭାବନା ରହିଛି। ଏହା ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବାତ୍ୟା ରୂପ ନେଇପାରେ।
ଆସନ୍ତା ୭୨ ଘଣ୍ଟା ମଧ୍ୟରେ ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଆଡ଼କୁ ଗତି କରିବ ବୋଲି ନୂଆଦିଲ୍ଲୀ ସ୍ଥିତ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ଦକ୍ଷିଣ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ।
ସେହିପରି ୧୦ ଓ ୧୧ ତାରିଖ ଦିନ ଊପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ।
ଏହି ଦୁଇ ଦିନ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।
ଆସନ୍ତାକାଲିଠାରୁ ଓଡ଼ିଶା ଉପକୂଳରେ ପବନର ବେଗ ବଢ଼ିବ। ୧୦ ତାରିଖରେ ପବନର ବେଗ ୭୦ରୁ ୮୦ କିଲୋମିଟର ରହିବ।
ଏହି କାରଣରୁ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।
from Odisha Reporter https://ift.tt/2E6CHSw
No comments:
Post a Comment