ସନ୍ଧ୍ୟାରେ ପ୍ରବଳ ବର୍ଷିବ, ସତର୍କ କଲା ପାଣିପାଗ କେନ୍ଦ୍ର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 23, 2018

ସନ୍ଧ୍ୟାରେ ପ୍ରବଳ ବର୍ଷିବ, ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ସନ୍ଧ୍ୟାରେ ରାଜ୍ୟର ୩ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଘଡ଼ଘଡ଼ି ମଧ୍ୟ ମାରିବ। ଏଥିପାଇଁ ୩ ଜିଲ୍ଲାକୁ ସତର୍କ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସମୟରେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

ଆଜି ସନ୍ଧ୍ୟା ୫ଟା ୪୫ ମିନିଟ୍‌ ଭିତରେ କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ବଜ୍ରପାତ ମଧ୍ୟ ହେବ। ଏଥିପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର।

ଗତ କିଛି ଦିନ ତଳେ ‘ତିତ୍‌ଲି’ ଓଡ଼ିଶାରେ ତଣ୍ଡବ ରଚିଥିଲା। ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି କରିଥିଲା। ବାତ୍ୟା ପରେ ହୋଇଥିବା ବନ୍ୟାରେ ବ୍ୟାପକ ଧନଜୀବନ ନଷ୍ଟ ହୋଇଥିଲା। ସରକାରୀ ଭାବେ ୬୧ ଜଣଙ୍କ ମୃତ୍ୟୁ ଘଟିଛି। ଏବେ ମଧ୍ୟ ପ୍ରତିଦିନ ଭଗ୍ନସ୍ତୁପ ତଳୁ ମିଳୁଛି ମୃତଦେହ। ଏହି ୩ ଜିଲ୍ଲାରେ ଉଦ୍ଧାର କାର୍ଯ୍ୟ ଏବେ ମଧ୍ୟ ଚାଲିଛି।



from Odisha Reporter https://ift.tt/2JcxWWm

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages