
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲା କମଳାଙ୍ଗ ଗାଁ ପାଖରେ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୭ଟି ହାତୀ ମରିବା ଘଟଣାର ତଦନ୍ତ କ୍ରାଇମବ୍ରାଞ୍ଚ କରିବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ଘଟଣାକୁ ନେଇ ଗଭୀର ଦୁଃଖ ପ୍ରକାଶ କରିବା ସହ ଯେଉଁମାନେ ଦୋଷୀ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।
୩ କର୍ମଚାରୀ ନିଲମ୍ବିତ-
ହାତୀ ମୃତ୍ୟୁ ଘଟଣା ପାଇଁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ବନ ବିଭାଗର ୩ ଜଣ କର୍ମଚାରୀଙ୍କୁ ନିଲମ୍ବିତ ହୋଇଛନ୍ତି।
ସେହିପରି ବିଦ୍ୟୁତ ବିଭାଗର ଜଣେ ଅଧିକାରୀଙ୍କୁ ବହିଷ୍କାର ସହ ୩ ଜଣ ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି।
from Odisha Reporter https://ift.tt/2Rl5zs2
No comments:
Post a Comment