
ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଡିପ୍ରେସନରୁ ଡିପ୍ ଡିପ୍ରେସନରେ ପରିଣତ ହୋଇ ଅବଶେଷରେ ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେଇପାରେ। ଧୀରେ ଧୀରେ ଉଗ୍ର ହେଉଛି ସମ୍ଭାବ୍ୟ ବାତ୍ୟା ‘ତିତ୍ଲି’। ଏହି ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ସରକାରଙ୍କ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି।
ଅଧିକ ପ୍ରଭାବିତ ହେବାକୁ ଥିବା ୪ ଜିଲ୍ଲାରେ ଆସନ୍ତାକାଲି ସ୍କୁଲ, କଲେଜକୁ ଛୁଟି ଘୋଷଣା କରିଛନ୍ତି ସରକାର। ଏହି ଜିଲ୍ଲା ଗୁଡ଼ିକ ହେଲା ଗଂଜାମ, ଗଜପତି, ପୁରୀ ଏବଂ ଜଗତସିଂହପୁର। ମୁଖ୍ୟଶାସନ ସଚିବ ଆଦିତ୍ୟ କୁମାର ପାଢ଼ୀ ଏହି ସୂଚନା ଦେଇଛନ୍ତି। ସେହିପରି ‘ତିତ୍ଲି’ ପାଇଁଏସ୍ଆର୍ସିଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ଚିଠି କରାଯାଇଛି।
ବିଶେଷ କରି ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ପୁରୀ ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି ହୋଇଛି। ‘ତିତ୍ଲି’ରେ ଯେପରି କାହାର ମୃତ୍ୟୁ ନହୁଏ ସେଥିପ୍ରତି ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଉପକୂଳବର୍ତ୍ତୀ ଇଲାକାରେ ରହୁଥିବା ଲୋକଙ୍କୁ ଚିହ୍ନଟ କରି ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଜାରି ହୋଇଛି।
from Odisha Reporter https://ift.tt/2ypwP0G
No comments:
Post a Comment