
ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥର ଟିକାତାଳ ନିକଟରେ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ପରିଚୟ ମିଳିପାରି ନାହିଁ।
ଯୁବତୀଙ୍କୁ ଦୁଷ୍କର୍ମ କରିବା ପରେ ହତ୍ୟା କରାଯାଇଥିବା ପୁଲିସ୍ ସନ୍ଦେହ କରୁଛି। ମୃତ ଯୁବତୀଙ୍କ ତଣ୍ଟି କଟା ଯାଇଥିବା ସୂଚନା ମିଳିଛି।
ତାଙ୍କୁ ଅନ୍ୟତ୍ର ହତ୍ୟା କରି ଏଠାରେ ଫିଙ୍ଗି ଦିଆଯାଇଥିବା ପୁଲିସ୍ କହିଛି। ଘଟଣାସ୍ଥଳରେ ଖୋର୍ଦ୍ଧା ଏସ୍ପି ଏବଂ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ କରିଛନ୍ତି।
ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ କିଛି ସମୟ ପାଇଁ ଉତ୍ତେଜନା ଦେଖା ଦେଇଥିଲା। ସ୍ଥାନୀୟ ଲୋକେ ରାସ୍ତାରୋକ କରିଥିଲେ। ଫଳରେ ଏହି ରାସ୍ତାରେ ଯାତାୟାତ ପ୍ରଭାବିତ ହୋଇଥିଲା। ବେଗୁନିଆ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା।
from Odisha Reporter https://ift.tt/2S2ROiL
No comments:
Post a Comment