ତିତଲି କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଆସିଲା ୮ଜଣିଆ କେନ୍ଦ୍ରୀୟ ଟିମ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 31, 2018

ତିତଲି କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଆସିଲା ୮ଜଣିଆ କେନ୍ଦ୍ରୀୟ ଟିମ୍

damage

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାମୁଦ୍ରିକ ଝଡ଼ ‘ତିତଲି’ ଜନିତ କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ବୁଧବାର ରାତିରେ କେନ୍ଦ୍ରୀୟ ଟିମ୍ ଓଡ଼ିଶା ପହଞ୍ଚିଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏସକେ ଶାହୀଙ୍କ ନେତୃତ୍ୱରେ ୮ଜଣିଆ କେନ୍ଦ୍ରୀୟ ଟିମ୍ ବାତ୍ୟା ଓ ବନ୍ୟା ପ୍ରଭାବିତ ଜିଲ୍ଲାଗୁଡ଼ିକୁ ଗସ୍ତ କରି କ୍ଷୟକ୍ଷତି ଅନୁଧ୍ୟାନ କରିବେ।

ଟିମରେ ଅନ୍ୟମାନଙ୍କ ମଧ୍ୟରେ ଶକ୍ତି ମନ୍ତ୍ରଣାଳୟର ମୁଖ୍ୟଯନ୍ତ୍ରୀ ବନ୍ଦନା ସିଂଘାଲ, ସଡ଼କ ପରିବହନ ଓ ଜାତୀୟ ରାଜପଥର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ନିର୍ଦ୍ଦେଶକ ରାକେଶ କୁମାର, ଭୁବନେଶ୍ୱରସ୍ଥିତ ସିଡବ୍ଲ୍ୟୁସି ଆଞ୍ଚଳିକ କାର୍ଯ୍ୟାଳୟର ଅଧୀକ୍ଷଣ ଯନ୍ତ୍ରୀ ସୁଶାନ୍ତ କୁମାର ସାମଲ, କୃଷି ଓ ସମବାୟ ମନ୍ତ୍ରଣାଳୟ ନିର୍ଦ୍ଦେଶକ ବୀରେନ୍ଦର ସିଂହ, ପାନୀୟ ଜଳ ଯୋଗାଣ ଓ ପରିଚ୍ଛନ୍ନତା ବିଭାଗର ବରିଷ୍ଠ କନସଲଟାଣ୍ଟ ଜିଆର ଜାଗର, ଅର୍ଥ ମନ୍ତ୍ରଣାଳୟର ଆର.ବି କୌଲ ଓ ଗ୍ରାମ୍ୟ ଉନ୍ନୟନ ବିଭାଗର ଅନୁସଚିବ ଗୁଲଜାରୀ ଲାଲ ସାମିଲ ଅଛନ୍ତି।

ଏହି ଟିମ୍ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ରହିବେ। ସେମାନେ ବାତ୍ୟା ଓ ବନ୍ୟା ପ୍ରଭାବିତ ଜିଲ୍ଲା ଗସ୍ତ କରିବା ସହ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସଙ୍ଗେ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ପ୍ରସଙ୍ଗରେ ଆଲୋଚନା କରିବେ ବୋଲି ଜଣାପଡ଼ିଛି।



from Odisha Reporter https://ift.tt/2SyUmFy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages