ଓଡ଼ିଶାକୁ ମାଡ଼ିଆସୁଛି ବାତ୍ୟା, ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳଙ୍କୁ ପରାମର୍ଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 8, 2018

ଓଡ଼ିଶାକୁ ମାଡ଼ିଆସୁଛି ବାତ୍ୟା, ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳଙ୍କୁ ପରାମର୍ଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ବାତ୍ୟା। ଓଡ଼ିଶା ଉପକୂଳରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଡିପ୍ରେସନ୍‌ର ରୂପ ନେଇସାରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଡିପ୍ ଡିପ୍ରେସନ୍ ହେବ ବୋଲି ପୂର୍ବାନୁମାନ କରାଯାଇଛି। ଏହା ପରବର୍ତ୍ତୀ ୨୪ ଘଣ୍ଟାରେ ବାତ୍ୟାର ରୂପ ନେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଏହାର ଗଭୀର ପ୍ରଭାବ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶରେ ଦେଖିବାକୁ ମିଳିବ।

ଆସନ୍ତାକାଲିଠାରୁ ବର୍ଷା ପରିମାଣ ବଢ଼ିବାର ସମ୍ଭାବନା ରହିଛି। ସେହିପରି ୧୦ ଓ ୧୧ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗା। ଆସନ୍ତାକାଲି ଅପରାହ୍ଣରୁ ଓଡ଼ିଶା ଉପକୂଳରେ ପବନର ବେଗ ବଢ଼ି ୧୦ ତାରିଖରେ ଘଣ୍ଟାପ୍ରତି ୬୦ରୁ ୭୦ କିମି ପର୍ଯ୍ୟନ୍ତ ଓ ୧୧ ତାରିଖ ଭୋରରେ ୭୦ରୁ ୯୦ କିମି ପର୍ଯ୍ୟନ୍ତ ପହଞ୍ଚିବା ଆକଳନ କରାଯାଉଛି। ଏହି ସମୟ ଭିତରେ ସମୁଦ୍ର ଅଶାନ୍ତ ରହିଛି। ତେଣୁ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗକେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ଆର୍‌ ବିଶ୍ୱାସ।

ଛୁଟି ବାତିଲ୍‌: ରିଲିଫ୍ କମିଶନର

ବାତ୍ୟାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି) ବିଷ୍ଣୁପଦ ସେଠୀ ଆଜି ସମସ୍ତ ଜିଲ୍ଲାପାଳ, ଆରଡିସି, ପୁଲିସ ଆଇଜି, ଅଗ୍ନିଶମ ଆଇଜି ଓ ତୃତୀୟ ଏନ୍‌ଡିଆରଏଫ୍‌ ବାଟାଲିୟନକୁ ଚିଠି ଲେଖିଛନ୍ତି। ସେ କହିଛନ୍ତି ଯେ, ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ଏହି ଡିପ୍ରେସନ୍‌ ଗୋପାଳପୁରର ଦକ୍ଷିଣ-ଦକ୍ଷିଣପୂର୍ବର ୭୨୦ କିମି ଦୂରରେ କେନ୍ଦ୍ରିତ ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଡିପ୍ ଡିପ୍ରେସନ୍ ଓ ପରେ ବାତ୍ୟାର ରୂପ ନେବାର ଆଶଙ୍କା ରହିଛି।

ଏହି ବାତ୍ୟା ଆସନ୍ତା ୭୨ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ମୁହାଁ ହୋଇ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶକୁ ଗତି କରିବ ବୋଲି ଆକଳନ କରାଯାଇଛି। ଏହାର ପ୍ରଭାବରେ ଓଡ଼ିଶା ଉପକୂଳରେ ୧୦ ତାରିଖରୁ ଘଣ୍ଟା ପ୍ରତି ୪୫ ରୁ ୬୫ କିମି ବେଗରେ ପବନ ବୋହିବ। ଯାହା ପରେ ବୃଦ୍ଧି ପାଇ ସନ୍ଧ୍ୟାରେ ଘଣ୍ଟା ପ୍ରତି ୯୦ କିମିରେ ପହଞ୍ଚିବାର ଆଶଙ୍କା ରହିଛି। ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର ଜିଲ୍ଲାରେ ୯ ତାରିଖରୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି।

ଲଘୁଚାପକୁ ଦୃଷ୍ଟିରେ ରଖି ଆଜିଠୁ ୧୨ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ଯାଇଛନ୍ତି, ସେମାନଙ୍କୁ ଆଜି ରାତି ସୁଦ୍ଧା ଫେରି ଆସିବାକୁ କୁହାଯାଇଛି।

ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ଅଘଟଣକୁ ଏଡ଼ାଇବା ପାଇଁ ପ୍ରଶାସନିକସ୍ତରରେ ପୂର୍ଣ୍ଣ ପ୍ରସ୍ତୁତି ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ବାତ୍ୟା ସ୍ଥିତିରେ ସୁଧାର ନଆସିବା ପର୍ଯ୍ୟନ୍ତ ସମସ୍ତ ଅଫିସରମାନଙ୍କୁ ହେଡକ୍ୱାର୍ଟର ନଛାଡ଼ିବା ପାଇଁ ତାଗିଦ୍ କରାଯିବା ସହ କର୍ମଚାରୀଙ୍କ ଛୁଟି ବାତିଲ ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାସ୍ତରରେ ୨୪ ଘଣ୍ଟିଆ କଂଟ୍ରୋଲ ରୁମ୍ ଖୋଲି ସ୍ଥିତି ଉପରେ ନିୟମିତ ନଜର ରଖିବାକୁ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି।

ବାତ୍ୟା ଆଶଙ୍କା ଦେଖି ଆଜିଠାରୁ ୧୧ ତାରିଖ ଯାଏ ଗଭୀର ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ସେପଟେ ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଲୁବାନ’ ପ୍ରଭାବରେ ଲାକ୍ଷାଦୀପ ଓ ଏହାର ଆଖପାଖ ଅଞ୍ଚଳରେ ବର୍ଷା ଲାଗି ରହିଛି। ତେବେ ଏହା ୟେମେନ୍ ଆଡ଼କୁ ଗତି କରୁଥିବାରୁ ପଶ୍ଚିମ ଭାରତରେ ଏହାର ବିଶେଷ ପ୍ରଭାବ ପଡ଼ିବାର ଆଶଙ୍କା ନାହିଁ।



from Odisha Reporter https://ift.tt/2RAph3G

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages