ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳକୁ କଂଗ୍ରେସ ପଠାଇବ ଟିମ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 13, 2018

ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳକୁ କଂଗ୍ରେସ ପଠାଇବ ଟିମ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ‘ତିତଲି’ ବାତ୍ୟା ଓ  ତା’ପରେ ସୃଷ୍ଟ ବନ୍ୟାରେ ସର୍ବାଧିକ କ୍ଷତିଗ୍ରସ୍ତ ଗଜପତି, ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାକୁ ରାଜ୍ୟ କଂଗ୍ରେସ ଏକ ଟିମ୍ ପଠାଇବ। ପିସିସି ଅଧ୍ୟକ୍ଷ ନିରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ୱରେ ଆଜି ୧୦ଜଣିଆ ଟିମ୍ ଗଠନ ହୋଇଛି।ଏହି ଟିମ୍ ଅକ୍ଟୋବର ୧୪ରୁ ୧୭ ତାରିଖ ପର୍ଯ୍ୟନ୍ତ ୪ଦିନ ଧରି ବାତ୍ୟା ଓ ବନ୍ୟାରେ ପ୍ରଭାବିତ ଲୋକମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ଓ ଦୁଃଖ ବୁଝିବ।

ଏହି ଟିମରେ ପାରଳାଖେମୁଣ୍ଡି ବିଧାୟକ କେ.ସୁରିଆ ରାଓ, ସାନଖେମୁଣ୍ଡିର ପୂର୍ବତନ ବିଧାୟକ ରମେଶ ଜେନା, ରାୟଗଡା ଜିଲ୍ଲା କଂଗ୍ରେସ କମିଟି ସଭାପତି ଦୁର୍ଗାପ୍ରସାଦ ପଣ୍ଡା, ରାୟଗଡା ଜିଲ୍ଲା ପରିଷଦ ସଭାପତି ପୁରୁଷୋତ୍ତମ ଗମାଙ୍ଗୋ, କଂଗ୍ରେସ ନେତା ତିରୁପତି ପାଣିଗ୍ରାହୀ, ପିସିସି ଉପସଭାପତି ତଥା ରାୟଗଡା ଜିଲ୍ଲା ପ୍ରଭାରୀ ସଦନ ନାୟକ, ଗଞ୍ଜାମ ଜିଲ୍ଲା କଂଗ୍ରେସ କମିଟି ସଭାପତି ତ୍ରିନାଥ ବେହେରା, ଗଜପତି ଜିଲ୍ଲା କଂଗ୍ରେସ କମିଟି ସଭାପତି ବିଭୂତି ପାତ୍ର, ପିସିସି ସାଧାରଣ ସଂପାଦକ ତଥା ଗଜପତି ଜିଲ୍ଲା ପ୍ରଭାରୀ ଆପାଲାସ୍ୱାମୀ କାଡ୍ରାକା ସଦସ୍ୟ ଅଛନ୍ତି।

ଗଞ୍ଜାମ ଜିଲ୍ଲା ପ୍ରଭାରୀ ଶୁଭେନ୍ଦୁ ମହାନ୍ତି ଏହି ଟିମର ସଂଯୋଜକ ଭାବେ କାର୍ଯ୍ୟ କରିବେ ବୋଲି ପିସିସି ପକ୍ଷରୁ ସୂଚନା ଦିଆଯାଇଛି।



from Odisha Reporter https://ift.tt/2A843n2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages