
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତିତଲି ପ୍ରଭାବରେ ୧୧ଟି ଜିଲ୍ଲାରେ ବର୍ଷା ଜାରି ରହିଛି। ଏହା ପ୍ରଭାବରେ ଅଧିକ ବର୍ଷା ହେବା ସହ ପବନର ବେଗ ବଢିବାର ଆଶଙ୍କା ରହିଛି।
୭ଟି ଜିଲ୍ଲାରେ ରେଡ୍ ୱାର୍ଣିଂ ଜାରି କରାଯାଇଛି। ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।
୮ଟି ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣିଂ ଜାରି କରାଯାଇଛି ଖୋର୍ଦ୍ଧା, ନୟାଗଡ, କଟକ, ଯାଜପୁର, ଢେଙ୍କାନାଳ, ରାୟଗଡା, କନ୍ଧମାଳ, କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ପ୍ରସ୍ତୁତ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରି ଦିଆଯାଇଛି।
ଆସନ୍ତାକାଲି ତିତ୍ଲି ଆହୁରି ସଂଘାତିକ ରୂପ ନେବ। ୧୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଏହି ଜିଲ୍ଲାଗୁଡିକରେ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା, କୋରାପୁଟ,କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ବଲାଙ୍ଗିର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୟାଗଡ଼, କଟକ, ଯାଜପୁର, ଢେଙ୍କାନାଳ, ଭଦ୍ରକ ଓ ବାଲେଶ୍ୱର।
from Odisha Reporter https://ift.tt/2OiSHFN
No comments:
Post a Comment