୩ ଆତଙ୍କବାଦୀ ନିହତ, ଜଣେ ପୁଲିସ୍ ସହିଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 16, 2018

୩ ଆତଙ୍କବାଦୀ ନିହତ, ଜଣେ ପୁଲିସ୍ ସହିଦ

sena

ଶ୍ରୀନଗର: ଜମ୍ମୁ ଓ କାଶ୍ମୀରର ରାଜଧାନୀ ଶ୍ରୀନଗରର ଫତେହ୍ କଦଲ୍ ଅଞ୍ଚଳରେ ପୁଲିସ୍ ଗୁଳିରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।

ବୁଧବାର ଭୋର୍‌ରେ ଏହି ଏନ୍‌କାଉଣ୍ଟର ହୋଇଥିଲା। ତେବେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟ ବେଳେ ଜଣେ ପୁଲିସ୍ କର୍ମଚାରୀ ମଧ୍ୟ ସହିଦ ହୋଇଯାଇଛନ୍ତି।

ଭାରତୀୟ ସେନା, ଜମ୍ମୁ ଓ କାଶ୍ମୀର ପୁଲିସ୍ ଓ ସିଆର୍‌ପିଏଫ୍‌ ପକ୍ଷରୁ ମିଳିତ ଭାବେ ଏହି ଅପରେସନ୍ କରାଯାଇଥିଲା।

ଉକ୍ତ ଅଞ୍ଚଳରେ ଆତଙ୍କବାଦୀ ଲୁଚି ଥିବା ନେଇ ଗୁଇନ୍ଦା ବିଭାଗ ପକ୍ଷରୁ ନିର୍ଦ୍ଦିଷ୍ଟ ସୂଚନା ପାଇବା ପରେ ପୁଲିସ୍ ପକ୍ଷରୁ ଏହି ମିଳିତ ଅପରେସନ୍ ଆରମ୍ଭ କରାଯାଇଥିଲା।

ସେଠାରେ ସର୍ଚ୍ଚ ଅପରେସନ୍ ଜାରି ରହିଛି।

ସୂଚନାଯୋଗ୍ୟ, ଗତ ସପ୍ତାହରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଆତଙ୍କବାଦୀ ସଂଗଠନ ହିଜ୍‌ବୁଲ୍ ମୁଜାହିଦ୍ଦୀନର କମାଣ୍ଡର ମାନ୍ନନ ୱାନି ନିହତ ହୋଇଥିଲା। ଏହା ପରେ ଉତ୍ତର ପ୍ରଦେଶର ଅଲିଗଡ଼ ମୁସ୍‌ଲିମ୍ ବିଶ୍ୱବିଦ୍ୟାଳୟରେ ଅଶାନ୍ତି ଦେଖାଯାଇଥିଲା। କାଶ୍ମୀରର କିଛି ଛାତ୍ର ଏହି ନିହତ ଆତଙ୍କବାଦୀ ପାଇଁ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରିଥିଲେ।



from Odisha Reporter https://ift.tt/2OwSHSH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages