ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ପାଇଁ ଆସିବ ୨ ହେଲିକପ୍ଟର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 12, 2018

ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ପାଇଁ ଆସିବ ୨ ହେଲିକପ୍ଟର

helicopter

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାମୁଦ୍ରିକ ଝଡ଼ ‘ତିତଲି’ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଛି। ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ଓ ରିଲିଫ ବଣ୍ଟନ ପାଇଁ ୨ଟି ହେଲିକପ୍ଟର ମଗାଇବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ବିଶାଖାପାଟଣାରୁ ଏହି ୨ଟି ହେଲିକପ୍ଟର ଅଣାଯାଉଛି ବୋଲି ମୁଖ୍ୟ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ସୂଚନା ଦେଇଛନ୍ତି ।

ଆଜି ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ୩ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ କଥା ହୋଇ ‘ତିିତଲି’ ପରବର୍ତ୍ତୀ ସ୍ଥିତିର ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ପ୍ରେସ ରିଲିଜ୍ ଅନୁସାରେ ଏହି ସମସ୍ତ ୩ ଜିଲ୍ଲାରେ ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ବିଭିନ୍ନ ନଦୀରେ ହୋଇଥିବା ଘାଇର ତୁରନ୍ତ ମରାମତି, କ୍ଷତିଗ୍ରସ୍ତ ଲୋକଙ୍କୁ ନିରାପଦ ସ୍ଥାନକୁ ନେଇ ରନ୍ଧାଖାଦ୍ୟ ସହ ଅନ୍ୟାନ୍ୟ ସୁବିଧା ଯୋଗାଇବା, ପ୍ରଭାବିତ ଅଞ୍ଚଳରେ ସ୍ୱାସ୍ଥ୍ୟ ଶିବିର ଓ ପଶୁଚିକିତ୍ସା ଶିବିର କରି ମାଗଣାରେ ଚିକିତ୍ସା ଓ ଔଷଧ ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ସଡ଼କ ଯୋଗାଯୋଗ ଓ ବିଦ୍ୟୁତ ସରବରାହ ବ୍ୟବସ୍ଥାକୁ ଯୁଦ୍ଧକାଳୀନ ଭିତିରେ ପୁନଃସ୍ଥାପିତ କରିବା ଏବଂ ସପ୍ତାହକ ମଧ୍ୟରେ କ୍ଷୟକ୍ଷତି ଆକଳନ ରିପୋର୍ଟ ଦେବାକୁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀର ଆସ୍କା ଓ ପୁରୁଷୋତ୍ତମପୁର ସହରରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ଏବେ ସୁଦ୍ଧା ବାତ୍ୟା ଓ ବନ୍ୟା ପ୍ରଭାବିତ ଅଞ୍ଚଳରେ ୧୪ଟି ଏନଡିଆରଏଫ ଟିମ୍ ଓ ୧୨ଟି ଓଡ୍ରାଫ ଟିମ୍ ମୁତୟନ ହୋଇଛନ୍ତି। ୨-୩ଦିନ ମଧ୍ୟରେ ବିଜୁଳି ସରବରାହ ପୁନଃସ୍ଥାପିତ କରିବା ସହ ରାସ୍ତାରେ ପଡ଼ି ରହିଥିବା ଗଛଗୁଡ଼ିକ ହଟାଇବା କାର୍ଯ୍ୟ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସରକାରଙ୍କୁ ପ୍ରସ୍ତାବ ଦେଲେ ବୈଜୟନ୍ତ

‘ତିତଲି’ ବାତ୍ୟା ଓ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକଙ୍କୁ ଉଦ୍ଧାର ଓ ରିଲିଫ୍ ବଣ୍ଟନ ପାଇଁ ରାଜ୍ୟ ସରକାର ବିଶାଖାପାଟଣାରୁ ଦୁଇଟି ହେଲିକପ୍ଟର ମଗାଇବା ପରେ କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ଟ୍ୱିଟ୍ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରସ୍ତାବ ଦେଇ କହିଛନ୍ତି ଯେ, ଭୁବନେଶ୍ୱର ବିମାନବନ୍ଦରର ହ୍ୟାଙ୍ଗରରେ ଥିବା ୩ଟି ହେଲିକପ୍ଟରକୁ ଯଦି ସିଲ୍ ମୁକ୍ତ କରାଯାଆନ୍ତା ତା’ହେଲେ ସେଗୁଡ଼ିକ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତା। ତାଙ୍କର ଯେଉଁ ୩ଟି ହେଲିକପ୍ଟରକୁ ରାଜ୍ୟ ସରକାର ସିଲ୍ କରି ଏବେ ଅକାମୀ ଅବସ୍ଥାରେ ପକାଇ ରଖିଛନ୍ତି ସେଥିରୁ ଗୋଟିଏ ହେଲିକପ୍ଟର ନାଁରେ ମିଥ୍ୟା ମାମଲା ରହିଛି। ଅତୀତରେ ସେ ବ୍ୟକ୍ତିଗତ ଭାବେ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ଟ୍ୱିଟ୍ ମାଧ୍ୟମରେ ଜଣାଇଛନ୍ତି ।



from Odisha Reporter https://ift.tt/2CF1POv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages