ବିଜେପି ସଭାପତି ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 28, 2018

ବିଜେପି ସଭାପତି ଗିରଫ

bjp00

ଅନୁଗୋଳ (ବିରଜା ଦାସ): ବାଘୁଣୀ ସୁନ୍ଦରୀକୁ ନେଇ ଅନୁଗୋଳ କଞ୍ଜରାରେ ହିଂସା ଘଟଣାରେ ଜିଲ୍ଲା ବିଜେପି ସଭାପତି ଭାଗିରଥୀ ପ୍ରଧାନଙ୍କୁ ଗିରଫ କରିଛି ପୁଲିସ୍। ଭୁବନେଶ୍ୱର ଉପକଣ୍ଠ ମେଣ୍ଢାଶାଳରୁ ବିଳମ୍ବିତ ରାତିରେ ପୁଲିସ ତାଙ୍କୁ ଗିରଫ କରିଛି। ଭାଗିରଥୀଙ୍କ ଗିରଫ ପରେ ଗିରଫଦାରୀ ସଂଖ୍ୟା ୨୯କୁ ବୃଦ୍ଧି ପାଇଛି।

ଗତ ୨୧ ତାରିଖରେ ସୁନ୍ଦରୀ ଆକ୍ରମଣରେ ଟାଇଁସି ଗାଁର ତ୍ରିନାଥ ସାହୁ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା। ଏହାକୁ ନେଇ ଅସନ୍ତୋଷ ଉଗ୍ର ରୂପ ନେଇଥିଲା। ଉତ୍ତ୍ୟକ୍ତ ଲୋକେ ତ୍ରିନାଇଙ୍କ ମୃତଦେହ ରାସ୍ତାରେ ରଖି କ୍ଷତିପୂରଣ ଓ ସୁନ୍ଦରୀକୁ ହଟାଇବା ଦାବିରେ ରାସ୍ତାରୋକ କରିଥିଲେ। ଏପରିକି ଉତ୍ତ୍ୟକ୍ତ ଲୋକେ ପ୍ରଶାସନିକ ଅଧିକାରୀ ଓ ପୁଲିସ୍‌କୁ ଆକ୍ରମଣ କରିବାକୁ ପଛାଇ ନଥିଲେ। ଲୋକଙ୍କ ପଥର ମାଡ଼ରେ ୩ ଜଣ ପ୍ରଶାସନିକ ଅଧିକାରୀ ଆହତ ହୋଇଥିଲେ। ଉତ୍ତ୍ୟକ୍ତ ଲୋକଙ୍କୁ ଘଉଡାଇବାକୁ ପୁଲିସ୍‌କୁ ମୃଦୁ ଲାଠିଚାଳନା ଓ ଗ୍ୟାସ୍‌ ପ୍ରୟୋଗ କରିବାକୁ ପଡ଼ିଥିଲା।

ପୁଲିସକୁ ଆକ୍ରମଣ ଓ ଗାଡ଼ି ଭଙ୍ଗାରୁଜା ଘଟଣାରେ ଭାଗିରଥୀଙ୍କୁ ଗିରଫ କରାଯାଇଛି। ସେହିପରି ଗତ ସେପ୍ଟେମ୍ବର ୧୨ ତାରିଖରେ ହାତୀବାରି ଗାଁର ଜଣେ ମହିଳାଙ୍କ ମୃତ୍ୟୁ ପରେ ହାତୀବାରି ବିଟ୍ ହାଉସ୍‌ ଓ ଟିକରପଡ଼ା ରେଞ୍ଜ କାର୍ଯ୍ୟାଳୟରେ ପୋଡ଼ାଜଳା ଓ ଭଙ୍ଗାରୁଜା ଘଟଣାରେ ମଧ୍ୟ ଭାଗିରଥୀଙ୍କର ସମ୍ପୃକ୍ତି ଥିବା ଅଭିଯୋଗ ହେଉଛି।



from Odisha Reporter https://ift.tt/2qg5OJd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages