ବାତ୍ୟା ଟଳିଲା, ହେଲେ ଡରାଉଛି ବନ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 11, 2018

ବାତ୍ୟା ଟଳିଲା, ହେଲେ ଡରାଉଛି ବନ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ତିତ୍‌ଲି ପ୍ରଭାବରେ ପ୍ରବଳ ବର୍ଷା ଯୋଗୁଁ ଦକ୍ଷିଣ ଓଡିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଋଷିକୂଲା ଓ ବଂଶଧାରା ଅବବାହିକାରେ ବନ୍ୟା ଆସି  ଅନେକ ଅଂଚଳ ଜଳମଗ୍ନ ହୋଇଛି । ଗଂଜାମ, ଗଜପତି ଓ ରାୟଗଡ଼ା ସହ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲ୍ଲାରେ ବର୍ଷା ଲାଗି ରହିଥିବାରୁ ସ୍ଥିତି ଗମ୍ଭୀର ହେବାର ଆଶଙ୍କା ରହିଛି। ଗଜପତି ଜିଲ୍ଲା ମୋହନାର ଲେଡବନ୍ଧ ନଦୀ ଫୁଲି ରାସ୍ତା ଉପରେ ଚାଲୁଛି ୩ ଫୁଟ୍ ଉଚ୍ଚରେ ପାଣି। ଫଳରେ ବ୍ରହ୍ଣପୁର-ରାୟଗଡ଼ା ମଧ୍ୟରେ ଗାଡ଼ି ଚଳାଚଳ ବାଧାପାପ୍ତ ହୋଇଛି ।

ଅଠରନଳା ପୋଲ ଉପରେ ବି ୫ ଫୁଟ୍ ଉଚ୍ଚର ଜଳ ପ୍ରବାହିତ ହୋଇଛି । ଏହାଦ୍ୱାରା ମୋହନା ବ୍ଳକର ୮ଟି ପଂଚାୟତକୁ ଯୋଗାଯୋଗ ବିଛିନ୍ନ ହୋଇଛି ।  ଗତକାଲି ରାତିରୁ  ଏଯାଏଁ ମୋହନାରେ ସର୍ବାଧିକ ୩୧୫ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି।  ସେପଟେ ଗଂଜାମ ଜିଲ୍ଲାର ଆସିକା ଓ ସୋରଡ଼ା ବ୍ଳକ୍‌ରେ ବି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।

ରାସ୍ତା ଉପରେ ପାଣି ଚାଲିବା ଯୋଗୁ ଆସିକାରୁ ସୋରଡ଼ାକୁ  ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ସେହିପରି ନଳବଣ୍ଟାଠାରେ ପାଣି ରାସ୍ତା ଉପରେ ଚାଲିବା ଯୋଗୁଁ ଆସିକା-ବ୍ରହ୍ମପୁର ମଧ୍ୟରେ ଯାତାୟତ ପ୍ରଭାବିତ ହୋଇଛି। ଆସିକା-ଦିଗପହଣ୍ଡି ରାସ୍ତାରେ ବି ପାଣି ଚାଲୁଛି । ଗୌଡ଼ଗୋଠ, ଖମାର, ଦାମୋଦରପଲ୍ଲୀ, ଦେଉଳି ଆଦି ତଳିଆ ଅଂଚଳ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି । ଋଷିକୂଲ୍ୟା ବିପଦ ସଙ୍କେତ ଉପରେ ରହିଥିବା ବେଳେ ବଂଶଧାରା ବି ଫୁଲିବାରେ ଲାଗିଛି ।



from Odisha Reporter https://ift.tt/2ysDCGO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages