ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର: ପ୍ରେମ ପାଇଁ ହତ୍ୟା ଅଭଯୋଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 5, 2018

ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର: ପ୍ରେମ ପାଇଁ ହତ୍ୟା ଅଭଯୋଗ

denkanal

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ପ୍ରେମ ବ୍ୟାପାରକୁ କେନ୍ଦ୍ର କରି ଜଣେ କଲେଜ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲାରେ। ମୃତକ ଜଣଙ୍କ ସିମିନଇ କଲେଜର ଯୁକ୍ତ ୩ ଛାତ୍ର ବିଦ୍ୟାଧର ପ୍ରଧାନ ବୋଲି ଜଣାପଡ଼ିଛି। ଜଙ୍ଗଲରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି।

ଦୁଇ ଦିନ ତଳେ ବିଦ୍ୟାଧର କଲେଜ୍ ଯାଇ ଘରକୁ ଫେରି ନଥିଲେ। ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରି ନିରାଶ ହେବା ପରେ ଥାନାରେ ଅଭିଯୋଗ କରିଥିଲେ।

ଅଭିଯୋଗ ପାଇବା ପରେ ପୁଲିସ୍ ଏକ ନିଖୋଜ ମାମଲା ରୁଜୁ କରି ବିଦ୍ୟାଧରଙ୍କୁ ଖୋଜିବାକୁ ଉଦ୍ୟମ କରାଯାଇଥିଲା। ଆଜି ତାଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ସଦର ଥାନା ପୁଲିସ ସାଇଣ୍ଟିଫିକ୍ ଟିମ୍ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ବିଦ୍ୟାଧରଙ୍କ ମୃତଦେହ ମିଳିବା ପରେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ଜଣେ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ କହିଛନ୍ତି।



from Odisha Reporter https://ift.tt/2CrhxNi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages