୧୦ରୁ ପୁଣି ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 7, 2018

୧୦ରୁ ପୁଣି ବର୍ଷା

rain

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି। ଆସନ୍ତା୨୪ ଘଣ୍ଟାରେ ଏହା ଡିପ୍ରେସନର ରୂପ ନେବାର ସମ୍ଭାବନା ରହିଛି। ତେଣୁ ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି।
ମୌସୁମୀ ଓଡ଼ିଶା ଛାଡିବା ପରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ତା ଆଖାପଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆସନ୍ତା ୧୨ ଘଣ୍ଟା ମଧ୍ୟରେ ୱେଲମାର୍କଡ ଲୋ-ପ୍ରେସରର ରୂପ ନେବା ସହ ୨୪ ଘଣ୍ଟା ମଧ୍ୟରେ ଡିପ୍ରେସନର ରୂପ ନେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆସନ୍ତା ୧୦ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଉପକୂଳ ଓଡିଶା ସମେତ ଦକ୍ଷିଣ ଓଡିଶାର କିଛି ଅଞ୍ଚଳରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ଲାଗି ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।



from Odisha Reporter https://ift.tt/2CtVFRj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages