
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ରାତିରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। କିଛି ସ୍ଥାନରେ ସାମାନ୍ୟ ବର୍ଷା ହୋଇଛି। ବର୍ଷା ଯୋଗୁ ବିଭିନ୍ନ ସ୍ଥାନ ଜଳବନ୍ଦୀ ହୋଇଛି।
ସ୍ଥିତି ସାମାନ୍ୟ ହୋଇ ନଥିବା ବେଳେ ଆଜି ମଧ୍ୟ ବର୍ଷା, ବଜ୍ରପାତ, ଘୂର୍ଣ୍ଣିଝଡ଼ ଓ ପବନ ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
୧୫ ଜିଲ୍ଲାକୁ ଦିନ ୧୧ଟା ୪୫ ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
ଏହି ଜିଲ୍ଲାଗୁଡ଼ିକ ହେଉଛି କଟକ, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ଯାଜପୁର, ଭଦ୍ରକ, ଜଗତସିଂହପୁର,ଖୋର୍ଦ୍ଧା, କେନ୍ଦ୍ରାପଡ଼ା, କନ୍ଧମାଳ, ସୁନ୍ଦରଗଡ଼ ଓ ଦେବଗଡ଼। ତେବେ ବର୍ଷା ବେଳେ ପ୍ରବଳ ପବନ ବହିବା ସମ୍ଭାବନା ରହିଛି।
from Odisha Reporter https://ift.tt/2IP7hP5
No comments:
Post a Comment