ପାହାଡ଼ରୁ ଅତଡ଼ା ଖସି ୩ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 11, 2018

ପାହାଡ଼ରୁ ଅତଡ଼ା ଖସି ୩ ଗୁରୁତର

wall

ଆଠଗଡ଼( ନୀଳକଣ୍ଠ ଦୋରା): ତିତ୍‌ଲି ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ପ୍ରବଳ ବର୍ଷା ଯୋଗୁ କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ବିଷ୍ଣୁପୁର ଗାଁରେ ପାହାଡ଼ରୁ ଅତଡ଼ା ଖସି ଏକ ଘର ଉପରେ ପଡ଼ି ଯାଇଥିଲା। ଏହା ଫଳରେ ଘରର କାନ୍ଥ ଭାଙ୍ଗି ଯାଇଥିଲା। ଫଳରେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି।

ଗୁରୁତର ଆହତମାନେ ହେଲେ କୁନା ସ୍ୱାଇଁ(୩୫), ରଞ୍ଜନା ସ୍ୱାଇଁ (୩୦) ଓ ପୁଅ ଲିଟୁ ସ୍ୱାଇଁ (୧୭)।

ସେମାନଙ୍କୁ ପ୍ରଥମେ ତିଗିରିଆ ଡାକ୍ତରଖାନାକୁ ନିଆଯାଇଥିଲା। ତେବେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସେମାନେ ରାତିରେ ଶୋଇଥିବା ବେଳେ ଏହି ଘଟଣା ଘଟିଥିଲା।



from Odisha Reporter https://ift.tt/2pQqRlw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages