ଆମ୍ବୁଲାନ୍ସ ଆସି ପାରିଲା ନାହିଁ, ଷ୍ଟ୍ରେଚରରେ ବୁହା ହେଲେ ପ୍ରସୂତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 8, 2018

ଆମ୍ବୁଲାନ୍ସ ଆସି ପାରିଲା ନାହିଁ, ଷ୍ଟ୍ରେଚରରେ ବୁହା ହେଲେ ପ୍ରସୂତି

fgrrhg

ଚିତ୍ରକୋଣ୍ଡା (ଓଡ଼ିଶା ରିପୋର୍ଟର): ଗାଁକୁ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଆସି ପାରିଲାନାହିଁ। ଫଳରେ ଜଣେ ପ୍ରସୂତିଙ୍କୁ କିଛି ବାଟ ଷ୍ଟ୍ରେଚରରେ ଅଣାଯାଇଥିଲା। ପରେ ବାଇକ୍‌ ଯୋଗେ ଡାକ୍ତରଖାନା ନିଆଯାଇଥିଲା। ଏପରି ଘଟଣା ଘଟିଛି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ୍ ଅନ୍ତର୍ଗତ ପାବିଲିଗୁଡ଼ା ଗାଁରେ।

ପାର୍ବତୀ ଖରାଙ୍କର ପ୍ରସବ ଯନ୍ତ୍ରଣା ହୋଇଥିଲା। ଗାଁକୁ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଆସି ପାରି ନ ଥିଲା। ଶେଷରେ ପରିବାର ଲୋକେ ଗ୍ରାମବାସୀ ଓ ଏଏନ୍ଏମ୍ ଦିଦି ସହିତ ମିଶି ତାଙ୍କୁ ଷ୍ଟ୍ରେଚରରେ ବୋହି ମୁଖ୍ୟରାସ୍ତା ପର୍ଯ୍ୟନ୍ତ ଆଣିଥିଲେ। ପରେ ସେଠାରୁ ବାଇକ୍ ଯୋଗେ ଡାକ୍ତରଖାନା ନେଇଥିଲେ।



from Odisha Reporter https://ift.tt/2E538bd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages