
ମାଟାଡି: କଙ୍ଗୋର ଏମବୁଟାରେ ଆଜି ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ତେଲ ବୋଝେଇ ଟ୍ରକ ସହ ବସ୍ର ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣା ପରେ ବସ୍ରେ ନିଆଁ ଲାଗିଯିବାରୁ ଏଥିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୫୦ ଜଣ ଜୀବନ୍ତ ଦଗ୍ଧ ହୋଇ ପ୍ରାଣ ହରାଇଛନ୍ତି। ସେହିପରି ଅନ୍ୟ ୧୦୦ ଜଣଙ୍କୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି।
ଏମାନଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଆଗକୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବା ବୋଲି ଆଶଙ୍କା କରାଯାଉଛି। ଦୁର୍ଘଟଣା କେମିତି ଘଟିଲା ସେ ସମ୍ପର୍କରେ ଅଧିକ ତଥ୍ୟ ମିଳିପାରିନାହିଁ।
from Odisha Reporter https://ift.tt/2QsH0IY
No comments:
Post a Comment