ନିର୍ମାଣାଧୀନ ବ୍ରିଜ୍‌ ଭୁଶୁଡ଼ିଲା, ୨୦ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 14, 2018

ନିର୍ମାଣାଧୀନ ବ୍ରିଜ୍‌ ଭୁଶୁଡ଼ିଲା, ୨୦ ଆହତ

ବଣାଇ (ରଞ୍ଜିତ ଚୈଧୁରୀ): କାମ ଚାଲିଥିବା ବେଳେ ନିର୍ମାଣାଧୀନ ବ୍ରିଜ୍‌ ଭୁଶୁଡ଼ିଯିବା ଫଳରେ ୨୦ ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ମହିଳା ଶ୍ରମିକ ମଧ୍ୟ ରହିଛନ୍ତି। ମାତ୍ର କେଉଁ କାରଣରୁ ବ୍ରିଜ୍‌ ଭୁଶୁଡ଼ିଲା, ତାହା ଜଣାପଡ଼ି ନାହିଁ।

ସୁନ୍ଦରଗଡ଼ ଜିଲ୍ଲା କେ ବଲାଙ୍ଗ ଥାନା ଜାମୁଡେହି କାଞ୍ଜିପାଣି ଏକ ନକ୍ସଲ ପ୍ରଭାବିତ ଅଞ୍ଚଳ। ଏହି ଅଞ୍ଚଳରେ ଏକ ନିର୍ମାଣାଧୀନ ବ୍ରିଜ୍‌ର କାମ ଚାଲିଥିଲା। କାମରେ ୨୦ରୁ ୩୦ ଜଣ ଶ୍ରମିକ ନିୟୋଜିତ ହୋଇଥିଲେ। କାମ ଚାଲିଥିବା ବେଳେ ହଠାତ୍‌ ବ୍ରିଜ୍‌ ଭୁଶୁଡ଼ି ପଡ଼ିଥିଲା। ଫଳରେ ସମସ୍ତ ଶ୍ରମିକ ବ୍ରିଜ୍‌ ତଳେ ଚାପି ହୋଇରହିଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ବଣାଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ରହିଥିବାରୁ ଅନ୍ୟତ୍ର ସ୍ଥାନାନ୍ତରିତ କରାଯାଇଛି।



from Odisha Reporter https://ift.tt/2PDsfmY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages