ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 19, 2018

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଗିରଫ

rape12

ଜଗତସିଂହପୁର(ଓଡ଼ିଶା ରିପୋର୍ଟର): ଜଗତସିଂହପୁର ଜିଲ୍ଲା ତିର୍ତ୍ତଲ ଥାନା ଅନ୍ତର୍ଗତ ଶଙ୍ଖେଶ୍ୱର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି।

ନାବାଳିକାଟିକୁ ପ୍ରଥମେ ରକ୍ତାକ୍ତ ଅବସ୍ଥାରେ ମଣିଜଙ୍ଗା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଆଜି ସକାଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସୂଚନାଅନୁସାରେ, ଗତକାଲି ରାତିରେ ନାବାଳିକା ଜଣକ ଘରେ ଶୋଇଥିଲେ। ଏହି ସମୟରେ ଲିଟୁଆ ନାମକ ଜଣେ ସମ୍ପର୍କୀୟ ଯୁବକ ତାଙ୍କ ଘରକୁ ଆସିଥିଲା।
ନାବାଳିକାଙ୍କ ବାପା-ମାଆ ଘରେ ରହୁନଥିବା ବେଳେ ସେ ତାଙ୍କ ଆଈଙ୍କ ସହିତ ରହନ୍ତି। ଏହାର ସୁଯୋଗ ନେଇ ଲିଟୁଆ ନାବାଳିକାଙ୍କୁ ଦୁଷ୍କର୍ମ କରିଥିଲା। ନାବାଳିକା ଜଣକ ପାଟି କରିବାରୁ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିଲା।

ତେବେ ରାତିରେ ଅଭିଯୁକ୍ତ ଲିଟୁଆକୁ ତିର୍ତ୍ତଲ ଥାନା ପୁଲିସ୍‌ ମଣିଜଙ୍ଗା ନିକଟରୁ ଗିରଫ କରିଥିବା ଜଣାପଡ଼ିଛି।



from Odisha Reporter https://ift.tt/2yo6qkA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages