ତିତ୍‌ଲି କରୁଛି ଥରହର: ରେଡ୍‌, ଅରେଞ୍ଜ ଓ ୟଲୋ ୱାର୍ଣ୍ଣିଂ ଜାରି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 9, 2018

ତିତ୍‌ଲି କରୁଛି ଥରହର: ରେଡ୍‌, ଅରେଞ୍ଜ ଓ ୟଲୋ ୱାର୍ଣ୍ଣିଂ ଜାରି

cyclone

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୟଙ୍କର ରୂପ ନେଇଛି ବାତ୍ୟା ତିତ୍‌ଲି। ଏହାର ପ୍ରଭାବରେ ଓଡ଼ିଶାରେ ବ୍ୟାପକ କ୍ଷତି ହେବାର ଆଶଙ୍କା କରାଯାଇଛି। ଏଥିପାଇଁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌, ଅରେଞ୍ଜ୍‌ ଓ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଜି ପାଇଁ ବିଭାଗ ପକ୍ଷରୁ ରେଡ୍‌ ଓ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଆସନ୍ତାକାଲି ପାଇଁ ରେଡ୍‌, ଅରେଞ୍ଜ୍‌ ସହ ୟଲୋ ୱାର୍ଣ୍ଣିଂ ଦିଆଯାଇଛି।

ଆଜି ରେଡ୍‌ ୱାର୍ଣ୍ଣିଂ ଜୋନ୍‌ରେ ୭ଟି ଜିଲ୍ଲା ରହିଛି। ଏହି ଜିଲ୍ଲାଗୁଡିକ ହେଲା ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର। ଏଠାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଅରେଞ୍ଜ ୱାର୍ଣ୍ଣିଂ ଜୋନ୍‌ରେ ଖୋର୍ଦ୍ଧା, ନୟାଗଡ଼, କଟକ, ଯାଜପୁର, ଢେଙ୍କାନାଳ, ରାୟଗଡ଼ା, କନ୍ଧମାଳ ଓ କେନ୍ଦୁଝର ଜିଲ୍ଲା ରହିଛି। ଏଠାରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

୧୧ ତାରିଖ ପାଇଁ ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା, କୋରାପୁଟ,କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ବଲାଙ୍ଗିର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୟାଗଡ଼, କଟକ, ଯାଜପୁର, ଢେଙ୍କାନାଳ, ଭଦ୍ରକ, ବାଲେଶ୍ୱର ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ କରାଯାଇଛି। ଏଠାରେ ପ୍ରବଳ ବର୍ଷା ହେବ। ଏହା ସହିତ ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ ନୟାଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଏହାବାଦ୍‌ ରାଜ୍ୟର ଅନ୍ୟ ଜିଲ୍ଲା ଗୁଡିକରେ ୟଲୋ ୱାର୍ଣ୍ଣିଂ ଦିଆଯାଇଛି। ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।



from Odisha Reporter https://ift.tt/2Czimno

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages