ତିତ୍‌ଲି ପାଇଁ ଛୁଟି ବାତିଲ, ଅଫିସ୍ ଆସିବେ ଅଫିସର୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 10, 2018

ତିତ୍‌ଲି ପାଇଁ ଛୁଟି ବାତିଲ, ଅଫିସ୍ ଆସିବେ ଅଫିସର୍‌

titli1

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାତ୍ୟା ‘ତିତ୍‌ଲି’ ଉଗ୍ରରୂପ ଧାରଣ କରି ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବା ବେଳେ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର ପଦକ୍ଷେପ ନିଆଯାଉଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା ସ୍ଥିତି ସମୀକ୍ଷା କରିବା ପରେ ଅଫିସର୍‌ଙ୍କ ଛୁଟି ବାତିଲ କରିଦିଆଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ସେ କହିଛନ୍ତି, “ସବୁ ଅଫିସର୍‌ଙ୍କ ଛୁଟି ବାତିଲ କରାଯାଇଛି। ଯେଉଁମାନେ ଛୁଟିରେ ଅଛନ୍ତି, ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।”

୫ ଜିଲ୍ଲାର ଲୋକେ ସ୍ଥାନାନ୍ତର ହେବେ
୫ଟି ଜିଲ୍ଲା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ରେ ଲୋକଙ୍କୁ ସ୍ଥାନାନ୍ତର କରାଯିବାକୁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏପରିକି ଗଞ୍ଜାମ ଜିଲ୍ଲାରେ ଲୋକଙ୍କୁ ସ୍ଥାନାନ୍ତର କରାଯିବା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅନ୍ୟ ଜିଲ୍ଲାଗୁଡିକରେ ଶୀଘ୍ର ଏହି ପ୍ରକ୍ରିୟା ଆରମ୍ଭ ହୋଇଯିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।

ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ
ସେହିପରି ବୈଠକରେ ମୁଖ୍ୟମନ୍ତ୍ରୀ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦେଇଛନ୍ତି।

ବର୍ତ୍ତମାନ ସୁଦ୍ଧା ୬ ଜିଲ୍ଲାରେ ଏନ୍‌ଡିଆରଏଫ୍‌ଙ୍କୁ ମୁତୟନ କରାଯାଇଛି। ଆବଶ୍ୟକ ହେଲେ ସେନାର ସହାୟତା ନିଆଯାଇପାରେ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।



from Odisha Reporter https://ift.tt/2EcGrll

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages