ବକୁଳବନରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 9, 2018

ବକୁଳବନରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ପୁରୀ ସତ୍ୟବାଦୀ ବକୁଳ ବନରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ପଞ୍ଚସଖାଙ୍କ ନିକଟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପରେ ବକୁଳବନକୁ ଯାଇ ଓଡ଼ିଆ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିଛନ୍ତି।

ସେ କହିଛନ୍ତି-“ଓଡ଼ିଆ ଭାଷାକୁ ସମୃଦ୍ଧ କରିବା ଲକ୍ଷ୍ୟରେ ଏହି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଉଛି। ଓଡ଼ିଆ ଭାଷାର ପ୍ରଚାର ପ୍ରସାର, ଭାଷାର ବିବର୍ତ୍ତନ ଉପରେ ଗବେଷଣା ସହିତ ମୋଟାମୋଟି ଭାବେ ଓଡ଼ିଆ ଭାଷାର ବିକାଶ ଦିଗରେ ଏହି ବିଶ୍ୱବିଦ୍ୟାଳୟ ବହୁ ପଦକ୍ଷେପ ଗ୍ରହଣ କରିବ।”

ଓଡ଼ିଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଲାଗି ଗତ ବର୍ଷ ସେପ୍ଟେମ୍ବରରେ ରାଜ୍ୟ ସରକାର ଏକ ସ୍ୱତନ୍ତ୍ର ଆଇନ୍‌ ମଧ୍ୟ ପ୍ରଣୟନ କରିଥିଲେ। ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ସତ୍ୟବାଦୀରେ ୨୫ ଏକର ଜମି ମଧ୍ୟ ଯୋଗାଇ ଦିଆଯାଇଛି।



from Odisha Reporter https://ift.tt/2Eaph8d

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages